କୋରାପୁଟରେ ପତାକା ଉତୋଳନ କଲେ ଗଣଶିକ୍ଷା ମନ୍ତ୍ରୀ

କୋରାପୁଟ,୨୬ା୧(ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ରବିବାର ଜିଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ୭୬ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ବଳିତ ପରେଡକୁ ଅଭିବାଦନ କରିଥିଲେ । ଭାରତର ସମ୍ବିଧାନ କୋଟି କୋଟି ଭାରତୀୟଙ୍କ ପାଇଁ ଗୌରବର ଗାଥା ବହନ କରିଛି। ଦେଶପାଇଁ ଯେଉଁ ଜନନାୟକମାନେ ବଳିଦାନ ଦେଇଛନ୍ତି ଆଜି ତାଙ୍କ ପାଇଁ ସ୍ମୃତି ସଂକଳ୍ପ ଦିନ ବୋଲି ମନ୍ତ୍ରୀ ବକ୍ତବ୍ୟରେ କହିଥିଲେ। କୋରାପୁଟ ଜିଲା ହେଉଛି ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର, ଏହି ମାଟିର ଲକ୍ଷ୍ମଣ ନାୟକ ସମେତ ବହୁ ସ୍ବାଧୀନତା ସଂଗ୍ରାମୀ ନିଜ ଜୀବନକୁ ବଳିଦାନ ଦେଇ ଭାରତର ସ୍ବାଧୀନତା ଆଣିବାରେ ତାଙ୍କର ଅବଦାନକୁ ସେ ନମନ କରିଥିଲେ। ସମ୍ମାନିତ ଅତିଥି ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲାପାଳ ଭି କୀର୍ତି ଭାସନ, ଡିଆଇଜି ନିତିନ ଶେଖର ,ଏସ୍‌ପି ରାଜେଶ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ।
ଜିଲାସ୍ତରୀୟ ପରେଡରେ ମୋଟ ୨୪ଟି ଦଳ ଅଂଶଗ୍ରହଣ କରିଥିବାବେଳେ ୬ଟି ବିଭିନ୍ନ ବିଭାଗର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ମନ୍ତ୍ରୀ ପରେଡ ଅଭିବାଦନ ଗ୍ରହଣ କରିବା ସହ ସେଠାରେ ଆୟୋଜିତ ଏକ ରକ୍ତଦାନ ଶିବିରକୁ ଶୁଭାରମ୍ଭ କରିଥିଲେ। ଉଲେଖନୀୟ କାର୍ଯ୍ୟ କରିଥିବା ସରକାରୀ କର୍ମଚାରୀଙ୍କୁ ସମ୍ମାନିତ କରିଥିଲେ। ପରେ ସ୍ଥାନୀୟ ମଣ୍ଡଳକାରାଗାର ଓ ମେଡିକାଲକୁ ଯାଇ ଅନ୍ତେବାସୀ ଓ ରୋଗୀମାନଙ୍କୁ ଫଳ ଓ ବିସ୍କୁଟ ପ୍ରଦାନ କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ବରାଜ୍ୟ ଶିଶା କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଆଧ୍ୟାପକ ରବି ଶତପଥି କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri