ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିବା ନେଇ ମନ୍ତ୍ରୀ ଗୃହରେ ତଥ୍ୟ ରଖିଛନ୍ତି।

ଚଳିତ ବର୍ଷ ୫ଲକ୍ଷ ୪୬ହଜାର ୮୭୬ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବାପାଇଁ ଫର୍ମ ଫିଲଅପ୍‌ କରିଥିଲେ। ସେମାନଙ୍କ ମଧ୍ୟରୁ ୫ଲକ୍ଷ ୩୬ ହଜାର ୯୪୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ହେଲେ କୌଣସି କାରଣରୁ ୯୯୩୦ଜଣ ଛାତ୍ରୀଛାତ୍ର ପରୀକ୍ଷାରେ ଅନୁପସ୍ଥିତ ରହିଥିଲେ। ଏହି ଅନୁପସ୍ଥିତ ହାର ୧.୮୧ ପ୍ରତିଶତ।

Share