ପରୀକ୍ଷା କେଦ୍ରରେ ପହଞ୍ଚିଗଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପରେ…

ଭୁବନେଶ୍ୱର,୨୨।୨: ମାଟ୍ରିକ୍‌ ପରୀକ୍ଷା ଶୁକ୍ରବାର ଆରମ୍ଭ ହୋଇ ଯାଇଛି। ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶନିବାର ଭୁବନେଶ୍ବରସ୍ଥିତ କ୍ୟାପିଟାଲ ହାଇସ୍କୁଲରେ ପରୀକ୍ଷା କେନ୍ଦ୍ରକୁ ଯାଇ ସମୀକ୍ଷା କରିଛନ୍ତି।

ମନ୍ତ୍ରୀ କହିଛନ୍ତି, ପ୍ରଥମ ଦିନର ପରୀକ୍ଷା ସୁରୁଖୁରୁରେ ଶେଷ ହୋଇଛି। ଖୁବ ଉତ୍ସାହର ସହ ଛାତ୍ରଛାତ୍ରୀ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି। ପରୀକ୍ଷା ପରିଚାଳନା ଓ କେଣସି ପ୍ରକାର ଅସୁବିଧା ନ ହେବାକୁ ସମସ୍ତ କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ହୋଇଛି। କଡ଼ାକଡି ଯାଞ୍ଚ କରିବାକୁ କୁହାଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ଗଠିତ ୪ସ୍ତରୀୟ ସ୍କ୍ବାଡ ସହରର ବିଭିନ୍ନ ପରୀକ୍ଷା କେନ୍ଦ୍ର ଗସ୍ତ କରି ଯାଞ୍ଚ କରିଥିଲେ। ପରୀକ୍ଷା କେନ୍ଦ୍ରରେ ଯେମିତି କୌଣସି ଅନିୟମିତତା ନହେବ, ସେଥିପାଇଁ ଫ୍ଲାଇଙ୍ଗ ସ୍କ୍ବାଡ, ସେଣ୍ଟ୍ରାଲ ଅବଜରଭର୍‌ ଓ ଜିଲାସ୍ତରୀୟ ପର୍ଯ୍ୟବେକ୍ଷକଙ୍କୁ ନିୟୋଜିତ କରାଯାଇଛି। କଣ୍ଟ୍ରୋଲ ରୁମ୍‌ରୁ ସ୍ଥିତି ଅନୁଧ୍ୟାନ କରାଯାଉଥିବା ସେ କହିଛନ୍ତି।
ଅନ୍ୟପକ୍ଷେ ପ୍ରଥମ ଦିନର ପରୀକ୍ଷା ପୂର୍ବରୂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଉଭୟ ଟୁଇଟ କରି ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଚାପମୁକ୍ତ ହୋଇ ସକରାତ୍ମକ ମନୋଭାବ ଏବଂ ଦୃଢ଼ ଆତ୍ମବିଶ୍ବାସର ସହ ପରୀକ୍ଷା ଦେବାକୁ ପରାମର୍ଶ ଦେଇଥିଲେ। ଏଥିସହ ପରୀକ୍ଷାର୍ଥୀଙ୍କ ସଫଳତା ଏବଂ ଉଜ୍ଜ୍ୱଳ ଭବିଷ୍ୟତ କାମନା ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri