ଗଞ୍ଜାମରେ ରେଳ ରାଷ୍ଟ୍ରମନ୍ତ୍ରୀ

ଗଞ୍ଜାମ,୫ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଗସ୍ତରେ ଥିବା ରେଳ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜାର୍ଦ୍ଧଷଙ୍କୁ ଗଞ୍ଜାମ ସହର ବାଲାଜୀ ମନ୍ଦିରଠାରେ ଭାଜପା ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଗଞ୍ଜାମରେ ମନ୍ତ୍ରୀ ପହଞ୍ଚିବା ପରେ ଦଳୀୟ ନେତୃବୃନ୍ଦଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। ପରେ ବାଲାଜୀ ମନ୍ଦିର ସମ୍ମୁଖରେ ଥିବା ସ୍ବାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମନ୍ତ୍ରୀ ଫେଇଯାଇଥିଲେ। ସମ୍ବର୍ଦ୍ଧନା ବେଳେ ଭାଜପା ଜିଲା ସଭାପତି ବିଭୂତି ଜେନା, ରାଜ୍ୟ କାର୍ଯ୍ୟକରାଣୀ ସଦସ୍ୟ ପ୍ରଶାନ୍ତ କର, ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ସଂଗଠନ ସମ୍ପାଦକ ଶରତ ସାବତ, ଯୁବମୋର୍ଚ୍ଚା ସମ୍ପାଦକ ସାରଦା ଶତପଥୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ ନାୟକ,ପୂର୍ବତନ ଜିଲାପରିଷଦ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କୀର୍ତ୍ତନ ଦାସ, ପୂର୍ବତନ ନଗର ସଭାପତି କାନ୍ତରୁ ଦଳାଇ, ଯୁବନେତା କୃଷ୍ଣଚନ୍ଦ୍ର ନାୟକ, ଛତ୍ରପୁର ନିର୍ବାଚନ ମଣ୍ଡଳୀ ପ୍ରଭାରୀ ସୁବାସ ଚନ୍ଦ୍ର ସାହୁ,ପୂର୍ବତନ ଡିକେ ରାଓ, ପୂର୍ବତନ କାଉନସିଲର ରଞ୍ଜନ ବେହେରା, ବଣିକ ସଂଘ ସମ୍ପାଦକ କାହ୍ନୁଚରଣ ପଣ୍ଡା, ଭାଜପା ନଗର ସଭାପତି ଗୁରୁଚରଣ ରାଉଳ,ବରିଷ୍ଠ ଭାଜପା ନେତା ଜୟ ଗୌଡ଼, ଭାଜପା ଯୁବନେତା ନିରାକାର ଜେନା, ମନୋରଞ୍ଜନ ସାହୁଙ୍କ ସମେତ ଅନ୍ୟାନ୍ୟ ଦଳୀୟ କର୍ମୀ ଉପସ୍ଥିତ ଥିଲେ। ପରେ ମନ୍ତ୍ରୀ ଗଞ୍ଜାମ ବ୍ଲକ ଝରେଡ଼ି ରାଧା ଗୋବିନ୍ଦପୁର ପଞ୍ଚାୟତ ଶିପକୁଦା ଗ୍ରାମରେ ପହଞ୍ଚି କାର୍‌ଗିଲ ଶହୀଦ ପରମବୀର ଅଶୋକ କୁମାର ନାୟକଙ୍କ ସମ୍ମାନ ପାଇଁ ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri