ପ୍ରଣବଙ୍କ ବିୟୋଗରେ ମନ୍ତ୍ରୀ, ରାଜନେତାଙ୍କ ଶୋକ

ଭୁବନେଶ୍ୱର,୧।୯(ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ, ରାଜ୍ୟମନ୍ତ୍ରୀ ଓ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଶୋକ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଣବଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି ଧର୍ମେନ୍ଦ୍ର ଶୋକ ବାର୍ତ୍ତାରେ କହିଛନ୍ତି, ପ୍ରଣବଙ୍କ ବିୟୋଗ ତାଙ୍କ ପାଇଁ ଏକ ବ୍ୟକ୍ତିଗତ କ୍ଷତି। ତାଙ୍କ ବିୟୋଗରେ ଭାରତୀୟ ରାଜନୀତିରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ପୂର୍ବତନ ରାଷ୍ଟ୍ରପତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ପୂର୍ବତନ ରାଷ୍ଟ୍ରପତିଙ୍କ ବିୟୋଗରେ ଶୋକ ପ୍ରକାଶ କରି କହିଛନ୍ତି, ପ୍ରଣବ ମୁଖାର୍ଜୀ ଥିଲେ ଜଣେ ପ୍ରକୃତ ଭାରତ ରତ୍ନ। ଦେଶର ଇତିହାସ, ରାଜନୀତି ଓ ଅର୍ଥନୀତି କ୍ଷେତ୍ରରେ ତାଙ୍କର ପ୍ରଗାଢ ଜ୍ଞାନ ଥିଲା। ସେ ଜଣେ ଉଚ୍ଚକୋଟୀର ସାଂସଦ ଥିଲେ। ସମ୍ବିଧାନ କ୍ଷେତ୍ରରେ ତାଙ୍କର ପ୍ରଗାଢ଼ ଜ୍ଞାନ ରହିଥିଲା। ଦେଶ ଏକ ଅପ୍ରତିଦ୍ୱନ୍ଦ୍ୱୀ ରାଜନେତାଙ୍କୁ ହରାଇଲା, ଯାହା ପୂରଣ ହେବା ଅତ୍ୟନ୍ତ କଷ୍ଟକର। ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସେ ନିଜର ସମବେଦନା ଜଣାଇଛନ୍ତି। ପ୍ରଣବଙ୍କ ବିୟୋଗରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ଭାଜପା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ, ଅଖିଳ ଭାରତ କଂଗ୍ରେସ କାର୍ଯ୍ୟକାରିଣୀ କମିଟି ସଦସ୍ୟ ରାମଚନ୍ଦ୍ର ଖୁଣ୍ଟିଆ, କଳିଙ୍ଗ ସେନା ମୁଖ୍ୟ ହେମନ୍ତ ରଥ ପ୍ରମୁଖ ଶୋକ ପ୍ରକାଶ କରିବା ସହ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକ ବାର୍ତ୍ତାରେ କହିଛନ୍ତି, ମୁଖାର୍ଜୀ ଭାରତର ଜଣେ ଯୋଗ୍ୟ ସନ୍ତାନ ଥିଲେ। ସମସ୍ତ କ୍ଷେତ୍ରରେ ତାଙ୍କର ଗଭୀର ଜ୍ଞାନ ଥିଲା। ତାଙ୍କର ଏକ ପ୍ରତିଷ୍ଠିତ ରାଜନୈତିକ ଜୀବନ ଥିଲା। ବିଚାରବନ୍ତ ନିଷ୍ପତ୍ତି ଏବଂ ଅସୀମ ପ୍ରଶାସନିକ ଦକ୍ଷତା ଯୋଗୁ ତାଙ୍କୁ ସମାଜର ସବୁ ବର୍ଗର ଲୋକମାନେ ତାଙ୍କୁ ଭଲ ପାଉଥିଲେ। ଜାତୀୟ ବିଷୟ ସମାଧାନ ଦିଗରେ ଥିବା ଅନନ୍ୟ ଦକ୍ଷତା ଯୋଗୁ ସେ ସବୁଦିନ ପାଇଁ ମନେ ରହିବେ। ତାଙ୍କ ବିୟୋଗରେ ଏକ ଗୌରବମୟ ଜୀବନର ଅନ୍ତ ଘଟିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?