Posted inଜାତୀୟ

କେଜ୍‌ରିଓ୍ବାଲଙ୍କ ନାଁରେ ତ୍ରିରଙ୍ଗାକୁ ଅସମ୍ମାନ କରିଥିବା ଅଭିଯୋଗ ଆଣିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୮।୫: କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ତ୍ରିରଙ୍ଗାକୁ ଅସମ୍ମାନ କରିଥିବା ଅଭିଯୋଗ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଏବଂ ଲେଫ୍ଟନାଣ୍ଟ ଗଭର୍ନର ଅନିଲ ବୈଜଲଙ୍କୁ ଚିଠି ଲେଖିଛନ୍ତି। ପ୍ରହ୍ଲାଦ ପଟେଲ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଖବରଦାତା ସମ୍ମିଳନୀରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତ୍ରିରଙ୍ଗାକୁ ସାଜସଜ୍ଜା ସାମଗ୍ରୀ ଭାବରେ ବ୍ୟବହାର କରିଥିଲେ ଏବଂ ଏହାକୁ ଏପରି ରଖିଥିଲେ ଯେ କେବଳ ତାଙ୍କର ସବୁଜ ରଙ୍ଗ ଦୃଶ୍ୟମାନ ହେଉଥିଲା।
ଜାତୀୟ ପତାକା ସମ୍ମାନ ପାଇଁ ଆମ ସମସ୍ତଙ୍କ ଦାୟିତ୍ୱକୁ ଦୃଷ୍ଟିରେ ରଖିବାକୁ ପଡିବ ବୋଲି କେନ୍ଦ୍ର ମନ୍ତ୍ରୀ ତାଙ୍କ ଚିଠିରେ ଲେଖିଛନ୍ତି। ଯେତେବେଳେ କେଜ୍‌ରିଓ୍ବାଲ୍‌ ଖବରଦାତା ସମ୍ମିଳନୀ କରିବାକୁ ଆସନ୍ତି, ତାଙ୍କ ପଛରେ ତ୍ରିରଙ୍ଗା ଲାଗିଥାଏ। କିନ୍ତୁ ଉକ୍ତ ତ୍ରିରଙ୍ଗାରେ ମଝି ଧଳ ଅଂଶ କମ୍‌ ନୀଳ ଅଂଶ ବେଶୀ ରହିଥିବା ଜଣାପଡେ। ଯାହା ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ନିର୍ଦ୍ଦିଷ୍ଟ ଭାରତୀୟ ପତାକା କୋଡର ଅଂଶ ୧.୩ ରେ ପ୍ରଦତ୍ତ ମାନକ ବ୍ୟବହାର କରୁ ନ ଥିବା ପରି ଦେଖାଯାଉଛି।ଏଲଜିଙ୍କୁ ଲେଖିଥିବା ଏକ ପତ୍ରରେ ପ୍ରହ୍ଲାଦ ପଟେଲ ଶେଷରେ ଲେଖିଛନ୍ତି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଜାଣିଶୁଣି କିମ୍ବା ଅଜାଣତରେ ଏପରି କାର୍ଯ୍ୟ କରୁଛନ୍ତି ତାହା ଜାଣିବାକୁ ଚାହୁଁଛି।
ଗତ କିଛି ଦିନ ହେବ କୋଭିଡ ମ୍ୟାନେଜମେଣ୍ଟ ଅଭାବ, ଅମ୍ଳଜାନ ଅଭାବ, ଟିକା ଅଭାବକୁ ନେଇ ଦିଲ୍ଲୀ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଯୁଦ୍ଧ ଚାଲିଥିଲା, ଏଭଳି ପରିସ୍ଥିତିରେ ତ୍ରିରଙ୍ଗାକୁ ନେଇ ଲେଖାଯାଇଥିବା ଏହି ଚିଠି ଏକ ନୂତନ ବିବାଦ ସୃଷ୍ଟି କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri