ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ମନ୍ତ୍ରୀ

ପୁରୀ, ୨୮।୬: ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ। ଶୁକ୍ରବାର ଅପରାହ୍ନରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରି ଏଭଳି ମନ୍ତବ୍ୟ ଦେଇଛନ୍ତି।

ଏହି ଗସ୍ତ କାଳରେ ମନ୍ତ୍ରୀ ସର୍କିଟ ହାଉସ୍‌ଠାରେ ପହଞ୍ଚି ମନ୍ତ୍ରୀ ଜିଲାପାଳ ଓ ଏସ୍‌ପିଙ୍କ ସହ ଆଲୋଚନା କରିବା ପରେ ସମଙ୍ଗ ପାର୍କିଂ ସ୍ଥାନ ପରିଦର୍ଶନ କରିଥିଲେ। ଶ୍ରଦ୍ଧାଳୁମାନଙ୍କ ଗାଡି ସେଠାରେ ପାର୍କିଂ ବ୍ୟବସ୍ଥା କରାଯାଇଥିବାରୁ ଆବଶ୍ୟକୀୟ ସୁବିଧା ପ୍ରସ୍ତୁତ ରଖିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହା ପରେ ଗଦାଧର ହାଇସ୍କୁଲ ଓ ପରେ ଶ୍ରୀମନ୍ଦିର ନିକଟରେ ଅତିଥିମାନଙ୍କ ପ୍ରସ୍ତାବିତ ବସିବା ସ୍ଥାନକୁ ଅନୁଧ୍ୟାନ କରିଥିଲେ। ସିଂହଦ୍ବାରଠାରୁ ବଡ଼ଦାଣ୍ଡରେ ଯେପରି ଶ୍ରଦ୍ଧାଳୁମାନେ ସୁବିଧାରେ ରହି ମହାପ୍ରଭୁଙ୍କ ଦର୍ଶନ କରିବେ ଓ ରଥ ଟାଣିବେ ସେଥିନେଇ ମନ୍ତ୍ରୀ ତାହାର ଅନୁଧ୍ୟାନ କରିଥିଲେ।

ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ହରିଚନ୍ଦନ କହିଥିଲେ ଯେ “ସରକାର ଓ ପ୍ରଶାସନର ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଚାଲିଛି। ସେହିପରି ପୂର୍ବ ବର୍ଷ ତୁଳନାରେ ଚଳିତ ରଥଯାତ୍ରାରେ ଅଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ ଭାବେ କରାଯାଉଛି। ମହାପ୍ରଭୁଙ୍କ ଦର୍ଶନକୁ ଅଧିକ ଶୃଙ୍ଖଳିତ ଭାବେ କରିବା ପାଇଁ ରଥଯାତ୍ରା ପରେ ସମସ୍ତଙ୍କ ପରାମର୍ଶ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ”

ଏହି ପରିଦର୍ଶନରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ୍‌ପି ପିନାକ ମିଶ୍ର, ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ କୁମାର ସାହୁ, ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ବିନୟ କୁମାର ଦାଶ, ଅତିରିକ୍ତ ଜିଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ରଶ୍ମୀ ରଞ୍ଜନ ସାହୁ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri