ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏପରି ନିର୍ଦ୍ଦେଶ ଦେଇଛନ୍ତି। ଲଗାଣ ବର୍ଷା ପାଇଁ ସହରାଞ୍ଚଳରେ ଜଳବନ୍ଦୀ ଓ ଜଳ ଜମିବା ଆଶଙ୍କା ରହିଛି। ଏନେଇ ହାଇଆଲର୍ଟରେ ଜରୁରୀ ପରିସ୍ଥିତିରେ ପଦକ୍ଷେପ ପାଇଁ ୟଏଲ୍‌ବି ସଜାଗ ରହିବା ଆବଶ୍ୟକ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ସମସ୍ତ ମହାନଗର ନିଗମ, ପୌରପାଳିକା ଓ ଏନ୍‌ଏସିକୁ ଏହି ପରାମର୍ଶ ଦିଆଯାଇଛି। ଚିହ୍ନଟ ହଟ୍‌ସ୍ପଟ୍‌ରେ ଜଳବନ୍ଦୀ ରୋକିବା ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ।

Dharitri – Odisha’s No.1 Odia Daily

Share