କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ

କୋରାପୁଟ,୧୫।୭(ଅମିତାଭ ବେହେରା )କୋରାପୁଟ ଜିଲା ସଦର ମହକୁମାଠାରେ କଡା ସୁରକ୍ଷା ମଧ୍ୟରେ ୭୭ ତମ ସାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି ।
କୃଷି ଓ କୃଷକ ସଶକ୍ତି କରଣ, ମତ୍ସ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତ୍ତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ସ୍ବାଧୀନତା ଦିବସରେ ସମସ୍ତ ନାଗରିକ ସମାଜ ଓ ଦେଶପାଇଁ କିଛି ନା କିଛି କରିବାକୁ ଆହ୍ବାନ ଦେଇଥିଲେ । ମୂଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଦୃଢ ନେତୃତ୍ୟ ଓ ଜନହିତକର କାର୍ଯ୍ୟ ଯୋଗୁଁ କୋରାପୁଟ ଜଲା ମାଣ୍ଡିଆ ଉତ୍ପାଦନରେ ସ୍ବତନ୍ତ୍ର ସ୍ଥାନ ଦଖଲ କରିଛି। ଶିଳ୍ପ, ଶିକ୍ଷା, ସ୍ବାସ୍ଥ୍ୟ , କୃଷି , ମତ୍ସ ଓ ପ୍ରାଣି ସମ୍ପଦ ବିକାଶ,ଗମନା ଗମନ, ମହିଳା ସଶକ୍ତି କରଣ, ଗରିବ ଜନ ଜନଜାତିଙ୍କ ଉନ୍ନତି , ସମେତ ରାଜ୍ୟ ସରକାର ଅନୁନତ ଅଞ୍ଚଳର ସର୍ବାଙ୍ଗୀନ ବିକାଶ ପାଇଁ ଉଦ୍ୟମ ଜାରି ରଖିଛନ୍ତି ତଥାପି ଅନେକ ସମସ୍ୟାର ସମାଧାନ କରିବାକୁ ବାକି ରହିଛି ବୋଲି କହିଥିଲେ । ପୋଲିସ ପ୍ୟାରେଡ ପଡିଆଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ପ୍ୟାରେଡରେ ପୋଲିସ ବିଭାଗ ସମେତ ବିଭିନ୍ନ ସ୍କୁଲ ପିଲାଙ୍କ ଦ୍ବାରା ପ୍ୟାରେଡ ପ୍ରଦର୍ଶନ ସହ ଆକର୍ଷଣୀୟ ଶାରୀରିକ କ୍ରୀଡା ଓ କୌତୁକ ପୋଷାକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଜିଲାର ବିଭିନ୍ନ ବିଭାଗ ଦ୍ବାରା ଆକର୍ଷଣୀୟ ପ୍ରଜ୍ଞାପନ ମେଢ ପ୍ରଦର୍ଶନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Read more

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri