ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି, ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ମୋ ପୁତୁରାଙ୍କ ନାଁ ଆସୁଥିଲା, ପୋଲିସ ତାଙ୍କୁ ଗିରଫ କରିଛି। ଆଇନ୍‌ ଊଦ୍ଧର୍‌ବରେ କେହି ନୁହଁନ୍ତି, ଆଇନ ତା ବାଟରେ ଯାଇଛି। ଭାଜପା ସରକାର ଘଣ୍ଟ ଘୋଡ଼ାଇବା ସରକାର ନୁହେଁ ବୋଲି ମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ।

ଏପରିକି ମନ୍ତ୍ରୀ ବିଜେଡି ସରକାର ସମୟରେ ଘଟିଥିବା ମମିତା ମେହେର ଏବଂ ମାହାଙ୍ଗା ଡବଲ ମର୍ଡର କଥା ଉଠାଇ ମମିତା ମାମଲାରେ କ୍ୟାପଟେନ ଗିରଫ ହୋଇ ନ ଥିବା ବେଳେ ମାହାଙ୍ଗା ଡବଲ ମାର୍ଡରରେ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇ ନ ଥିଲା କାହିଁକି ବୋଲି ପ୍ରଶ୍ନ କରିଥିଲେ। ସେହିପରି କେତେଜଣ ରାଜନେତାଙ୍କ ନାଁନେଇ ଖୋଲାଖୋଲି ଟାର୍ଗେଟ କରି ପ୍ରଶ୍ନ କରୁଥିବା ନେତା ହତ୍ୟାକାରୀ, ବଳାତ୍କାରୀ, ହତ୍ୟା ଷଡ଼ଯନ୍ତ୍ରକାରୀ ବୋଲି କହିଥିଲେ।

ସୂଚନା ଯୋଗ୍ୟ, ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମନ୍ତ୍ରୀଙ୍କ ପୁତୁରାଙ୍କ ସମ୍ପୃକ୍ତି ଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ ଗୋଳନ୍ଥରା ପୋଲିସ ଏକ ମାମଲା(ନଂ.୨୨୬/୨୬) ରୁଜୁ କରି ଘଟଣାରେ ସମ୍ପୃକ୍ତ ଥିବା ବିଶ୍ୱଜିତ୍‌ ଜେନାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri