ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ

ଭୁବନେଶ୍ୱର,୨।୯: ଶିକ୍ଷକ ନିଯୁକ୍ତି ପାଇବାକୁ ଚାହୁଁଥିବା ଏବଂ ଚାକିରିରେ ଥିବା ଶିକ୍ଷକ ପଦୋନ୍ନତି ପାଇଁ ଆଶାୟୀ ଥିଲେ ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET)ରେ କୃତକାର୍ଯ୍ୟ ହେବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ସୋମବାର ରାୟ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟ ସରକାର ଏହାକୁ ତର୍ଜମା କରିବେ ବୋଲି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି। ସବୁ ଦିଗକୁ ବିଚାର କରିବା ସହ ଶିକ୍ଷକଙ୍କ ସ୍ବାର୍ଥକୁ ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଶିକ୍ଷକମାନେ ମୁକ୍ତ ଓ ବାଧ୍ୟତା ମୂଳକ ଶିକ୍ଷା ଅଧିକାର ଆଇନ, ୨୦୦୯ (ଆର୍‌ଟିଇ ଆକ୍ଟ) ଲାଗୁ ହେବା ପୂର୍ବରୁ ନିଯୁକ୍ତ ହୋଇଛନ୍ତି ଏବଂ ଚାକିରି ଶେଷ ହେବାକୁ ୫ ବର୍ଷରୁ ଅଧିକ ସମୟ ରହିଛି, ସେମାନଙ୍କୁ TET  ପାସ୍‌ ପାଇଁ ସର୍ବୋଚ୍ଚ ଅଦାଲତ ୨ ବର୍ଷ ସମୟ ଦେଇଛନ୍ତି। ତେବେ ସଂଖ୍ୟାଲଘୁ ସ୍କୁଲଗୁଡ଼ିକରେ ଆର୍‌ଟିଇ ଆଇନ କାର୍ଯ୍ୟକାରିତା ପ୍ରସଙ୍ଗରେ ବୃହତ୍ତର ଖଣ୍ଡପୀଠ ନିଷ୍ପତ୍ତି ନେବା ପର୍ଯ୍ୟନ୍ତ ସେଠାର ଶିକ୍ଷକମାନଙ୍କ ପାଇଁ ଟିଇଟି ଆବଶ୍ୟକତା ଲାଗୁ ହେବ ନାହିଁ ବୋଲି ଅଦାଲତ ସ୍ପଷ୍ଟ କରିଦେଇଛନ୍ତି।

ଜାତୀୟ ଶିକ୍ଷକ ଶିକ୍ଷା ପରିଷଦ (ଏନ୍‌ସିଟିଇ) ୨୦୧୧ ଜୁଲାଇ ୨୯ରେ ଶିକ୍ଷକ ନିଯୁକ୍ତି ପାଇଁ TET ପାସ୍‌କୁ ବାଧ୍ୟତାମୂଳକ କରିଥିଲେ। ତେବେ ସ୍ଥିତିଗତ ବାସ୍ତବତାକୁ ବିଚାରକୁ ନେଇ ଯେଉଁ ଶିକ୍ଷକମାନଙ୍କ ଚାକିରି ସମୟ ୫ ବର୍ଷରୁ କମ୍‌ ବାକି ରହିଛି ଏବଂ ପଦୋନ୍ନତି ଚାହୁଁ ନାହାନ୍ତି, ସେମାନଙ୍କ କ୍ଷେତ୍ରରେ TET ଉତ୍ତୀର୍ଣ୍ଣ ହେବା ଆବଶ୍ୟକ ନାହିଁ ବୋଲି ଜଷ୍ଟିସ୍‌ ଦୀପଙ୍କର ଦତ୍ତା ଏବଂ ଜଷ୍ଟିସ୍‌ ମନମୋହନଙ୍କ ଖଣ୍ଡପୀଠ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?