Posted inଜାତୀୟ

ଦୋଷୀ ସାବ୍ୟସ୍ତ ପରେ ମନ୍ତ୍ରୀ କୋର୍ଟରୁ ଫେରାର

ଲକ୍ଷ୍ନୌ, ୮ା୮ : ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରରେ ମନ୍ତ୍ରୀ ଥିବା ରାକେଶ ସଚାନ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେବେ ଦଣ୍ଡବିଧାନ ପୂର୍ବରୁ ସେ କୋର୍ଟ ଅର୍ଡର ସହ କେତେକ ଦସ୍ତାବିଜ ନେଇ ଫେରାର ହୋଇଯାଇଥିବା ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଅଭିଯୋଗ କରିଛନ୍ତି। ୧୯୯୧ରେ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ ତାଙ୍କ ନାଁରେ ମାମଲା ଥିଲା।
ଗତ ୟୁପି ନିର୍ବାଚନ ପୂର୍ବରୁ ରାକେଶ କଂଗ୍ରେସ ଛାଡ଼ି ଭାଜପାରେ ଯୋଗ ଦେଇଥିଲେ। ପରେ ସେ ଯୋଗୀଙ୍କ କ୍ୟାବିନେଟରେ ମଧ୍ୟମ, କ୍ଷୁଦ୍ର, ଅଣୁ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ବିଭାଗରେ ମନ୍ତ୍ରୀ ହୋଇଥିଲେ। ଶନିବାର କାନପୁରର ଏକ କୋର୍ଟ ତାଙ୍କୁ ଉକ୍ତ ମାମଲାରେ ଦୋଷୀ ସାବ୍ୟସ୍ତ କରିଥିଲେ।

ଏହା ପରେ ସେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ବିଳମ୍ବିତ ରାତିରେ କୋର୍ଟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଥାନାରେ ଏତଲା ହୋଇଥିବା କାନପୁର ପୋଲିସ କହିଛି। ବିବାଦ ମଧ୍ୟରେ ରାକେଶ କେତେକ ଫଟୋ ପୋଷ୍ଟ ସହ ଟୁଇଟ୍‌ କରି ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଶନିବାର ରାତିରେ ସେ ପଡ଼ୋଶୀ ଜିଲାରେ ଏକ ବୈଠକରେ ଯୋଗ ଦେଇଥିଲେ ବୋଲି ଲେଖିଛନ୍ତି। ଅନ୍ୟତ୍ର କାର୍ଯ୍ୟକ୍ରମରେ ସାମିଲ ହେବା ଯୋଜନା ଥିବାରୁ ଶନିବାର ସକାଳେ ସେ କୋର୍ଟରେ ପହଞ୍ଚି ତ୍ୱରିତ ବିଚାର ପାଇଁ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମ ସାରିବା ପରେ ସେ ପୁଣି କୋର୍ଟକୁ ଫେରିଥିଲେ ବୋଲି କହିଛନ୍ତି। ସତ୍ୟତା ଜାଣିବା ପାଇଁ ସିସିଟିଭି ଫୁଟେଜ ଯାଞ୍ଚ କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri