କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ର ଅଭିବାଦନ ଗ୍ରହଣ କରିଥିଲେ।

ଏହି ଅବସରରେ ମନ୍ତ୍ରୀ ଦେଶର ସ୍ୱାଧୀନତା ପାଇଁ ଜୀବନ ବଳିଦାନ ଦେଇଥିବା କୋରାପୁଟର ବୀର ସହିଦ ଲକ୍ଷ୍ମଣ ନାୟକଙ୍କ ସମେତ ଅନ୍ୟ ସ୍ୱାଧୀନତା ସଂଗ୍ରାମୀ ଓ ସହିଦମାନଙ୍କ ଅବଦାନକୁ ସ୍ମରଣ କରିଥିଲେ। ଦେଶର ସ୍ୱାଧୀନତା ପଛରେ ଥିବା ତ୍ୟାଗ, ବଳିଦାନ ଓ ସଂଗ୍ରାମୀମାନଙ୍କ ଅବଦାନକୁ ସ୍ମରଣ କରି ଦେଶର ଏକତା ଓ ଅଖଣ୍ଡତା ରକ୍ଷା ପାଇଁ ସମସ୍ତେ ଆଗେଇ ଆସିବାକୁ ସେ ଆହ୍ୱାନ ଦେଇଥିଲେ।

ସମାରୋହରେ ମୋଟ ୨୮ଟି ପ୍ୟାରେଡ୍‌ ଦଳ ଅଂଶଗ୍ରହଣ କରିଥିଲେ। ଏଥିସହ ୮ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହୋଇଥିବା ବେଳେ ଛାତ୍ରୀଛାତ୍ରଙ୍କ ପକ୍ଷରୁ ୮ଟି ପିଟି ଡିସ୍‌ପ୍ଲେ ପରିବେଷଣ କରାଯାଇଥିଲା। ଛାତ୍ରୀଛାତ୍ରଙ୍କ ଆକର୍ଷଣୀୟ ପ୍ରଦର୍ଶନ ଓ ପ୍ରଜ୍ଞାପନ ମେଢ଼ଗୁଡ଼ିକ ସମାରୋହର ମୁଖ୍ୟ ଆକର୍ଷଣ ପାଲଟିଥିଲା।

ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ଓ ପ୍ରତିଭାବାନଙ୍କୁ ସମ୍ମାନିତ କରାଯାଇଥିଲା। ପରେଡ୍‌ ଓ ସାଂସ୍କୃତିକ ପ୍ରଦର୍ଶନ ଦେଖିବା ପାଇଁ ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲାପାଳ ମନୋଜ ସତ୍ୟବାନ ମହାଜନ, ଏସ୍‌ପି ରୋହିତ ବର୍ମାଙ୍କ ସମେତ ବହୁ ପ୍ରଶାସନିକ ଓ ପୋଲିସ ଅଧିକାରୀ, ଲୋକପ୍ରତିନିଧି, ବୁଦ୍ଧିଜୀବୀ ଓ ବିଭିନ୍ନ ବର୍ଗର ଲୋକେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?