ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବିଜୁଳି କାଟ୍‌କୁ ନେଇ ମନ୍ତ୍ରୀ କହିଲେ ଏଣିକି…

ଭୁବନେଶ୍ୱର,୧୯ା୩: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍‌ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍‌କୁ ନେଇ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ରାଜ୍ୟରେ ଅଘୋଷିତ ବିଜୁଳି କାଟ୍‌ କରାଯିବ ନାହିଁ।

ସୂଚନାଯୋଗ୍ୟ, ମଙ୍ଗଳବାର ଲୋକସେବା ଭବନରେ ଗ୍ରୀଷ୍ମ ମୁକାବିଲା ସମୀକ୍ଷା ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏଥିରେ ଖରାଦିନେ ବିଦ୍ୟୁତ୍‌ କାଟ୍‌ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୂର୍ବାହ୍ନ୧୧ଟାରୁ ୫ଟା ଏବଂ ରାତି ୯ରୁ ସକାଳ ୬ଟା ପର୍ଯ୍ୟନ୍ତ ଯେପରି ବିଦ୍ୟୁତ କାଟ୍‌ ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ସେ ଶକ୍ତି ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଯେପରି ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ। କାଳବୈଶାଖୀ ସମୟରେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସଭା, ସମିତି ଗୁଡ଼ିକୁ ପିକ୍‌ ଟାଇମ୍‌ରେ ଅନୁମତି ନ ଦେଇ ସକାଳେ ଓ ମଧ୍ୟାହ୍ନରେ କରିବା ପାଇଁ ସେ କହିଥିଲେ। ଏମ୍‌ପି ଓ ବିଧାୟକମାନଙ୍କୁ ଏ ବିଷୟରେ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିସହିତ ଖରାଦିନେ ଗ୍ରାମାଞ୍ଚଳରେ ନିଆଁ ଲାଗିବାର ସମ୍ଭାବନା ଥିବାରୁ ଅଗ୍ନିଶମ ବିଭାଗ ସଜାଗ ରହିବାକୁ ସେ କହିଥିଲେ ।

ଗ୍ରାମାଞ୍ଚଳରେ ଗ୍ରୀଷ୍ମଜନିତ ସମସ୍ୟାର ନିରାକରଣ ପାଇଁ ସରକାରୀ ଅଧିକାରୀମାନଙ୍କୁ କ୍ଷେତ୍ରକୁ ପଠାଇବା ସହିତ ଜିଲାପାଳମାନେ ନିଜେ ମଧ୍ୟ ଏ କ୍ଷେତ୍ରରେ ସଂଶ୍ଳିଷ୍ଟ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି, ଜିଲାସ୍ତରରେ ହେଉଥିବା ଅଭିଯୋଗ ପ୍ରକୋଷ୍ଠର ଶୁଣାଣି ସମୟ ପରିବର୍ତ୍ତନ କରି ସକାଳ ୭ଟାରୁ ୧୦ଟା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ଦେଓ ରଞ୍ଜନ କୁମାର ସିଂହ ଗ୍ରୀଷ୍ମ ପ୍ରବାହ ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ବିଭିନ୍ନ ବିଭାଗର ସଚିବସ୍ତରୀୟ ଅଧିକାରୀ, ଭୁବନେଶ୍ବର ପାଣିପାଗ ବିଭାଗର ମୁଖ୍ୟ ମନୋରମା ମହାନ୍ତି ଓ ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ।
ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri