ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବିଜୁଳି କାଟ୍‌କୁ ନେଇ ମନ୍ତ୍ରୀ କହିଲେ ଏଣିକି…

ଭୁବନେଶ୍ୱର,୧୯ା୩: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍‌ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍‌କୁ ନେଇ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ରାଜ୍ୟରେ ଅଘୋଷିତ ବିଜୁଳି କାଟ୍‌ କରାଯିବ ନାହିଁ।

ସୂଚନାଯୋଗ୍ୟ, ମଙ୍ଗଳବାର ଲୋକସେବା ଭବନରେ ଗ୍ରୀଷ୍ମ ମୁକାବିଲା ସମୀକ୍ଷା ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏଥିରେ ଖରାଦିନେ ବିଦ୍ୟୁତ୍‌ କାଟ୍‌ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୂର୍ବାହ୍ନ୧୧ଟାରୁ ୫ଟା ଏବଂ ରାତି ୯ରୁ ସକାଳ ୬ଟା ପର୍ଯ୍ୟନ୍ତ ଯେପରି ବିଦ୍ୟୁତ କାଟ୍‌ ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ସେ ଶକ୍ତି ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଯେପରି ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ। କାଳବୈଶାଖୀ ସମୟରେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସଭା, ସମିତି ଗୁଡ଼ିକୁ ପିକ୍‌ ଟାଇମ୍‌ରେ ଅନୁମତି ନ ଦେଇ ସକାଳେ ଓ ମଧ୍ୟାହ୍ନରେ କରିବା ପାଇଁ ସେ କହିଥିଲେ। ଏମ୍‌ପି ଓ ବିଧାୟକମାନଙ୍କୁ ଏ ବିଷୟରେ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିସହିତ ଖରାଦିନେ ଗ୍ରାମାଞ୍ଚଳରେ ନିଆଁ ଲାଗିବାର ସମ୍ଭାବନା ଥିବାରୁ ଅଗ୍ନିଶମ ବିଭାଗ ସଜାଗ ରହିବାକୁ ସେ କହିଥିଲେ ।

ଗ୍ରାମାଞ୍ଚଳରେ ଗ୍ରୀଷ୍ମଜନିତ ସମସ୍ୟାର ନିରାକରଣ ପାଇଁ ସରକାରୀ ଅଧିକାରୀମାନଙ୍କୁ କ୍ଷେତ୍ରକୁ ପଠାଇବା ସହିତ ଜିଲାପାଳମାନେ ନିଜେ ମଧ୍ୟ ଏ କ୍ଷେତ୍ରରେ ସଂଶ୍ଳିଷ୍ଟ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି, ଜିଲାସ୍ତରରେ ହେଉଥିବା ଅଭିଯୋଗ ପ୍ରକୋଷ୍ଠର ଶୁଣାଣି ସମୟ ପରିବର୍ତ୍ତନ କରି ସକାଳ ୭ଟାରୁ ୧୦ଟା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ଦେଓ ରଞ୍ଜନ କୁମାର ସିଂହ ଗ୍ରୀଷ୍ମ ପ୍ରବାହ ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ବିଭିନ୍ନ ବିଭାଗର ସଚିବସ୍ତରୀୟ ଅଧିକାରୀ, ଭୁବନେଶ୍ବର ପାଣିପାଗ ବିଭାଗର ମୁଖ୍ୟ ମନୋରମା ମହାନ୍ତି ଓ ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ।
ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri