ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ କରିଛନ୍ତି। ମନ୍ତ୍ରୀ ପୂଜାରୀ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ ଯୋଗଦେଇ କୋଟିଆ ଓଡ଼ିଶାର ରହିଛି ଓ ରହିଥିବ ବୋଲି କହିଛନ୍ତି। ଆନ୍ଧ୍ର ପ୍ରଦେଶ ସୀମାନ୍ତ କୋଟିଆରେ ଅନୁପ୍ରବେଶକରି ଏହାକୁ ନିଜର ବୋଲି ଭାବିବା ଭୁଲି ଯାଆନ୍ତୁ। ପଡ଼ୋଶୀ ଆନ୍ଧ୍ର ମାଉସୀ ହୋଇ ରହିଥାଉ, ମା’ ହେବାକୁ ଚେଷ୍ଟା ନ କରୁ ବୋଲି ମନ୍ତ୍ରୀ କହିଛନ୍ତି।
ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ପୂଜାରୀ ଯୋଗଦେଇଥିଲେ। ପଞ୍ଚାୟତ କାର୍ଯ୍ୟାଳୟ ପରିସରସ୍ଥିତ ଅତିଥି ନିବାସରେ ଜିଲାପାଳ ମନୋଜ ସତ୍ୟବାନ ମହାଜନ, ଏସ୍‌ପି ରୋହିତ୍‌ ବର୍ମା, ଉପଜିଲାପାଳ ପ୍ରେମଲାଲ ହିଆଲ, ସିଡିଓ ବେଣୁଧର ଶବର, ବିଡିଓ ରାମକ୍ରିଷ୍ଣା ନାୟକ, ବ୍ଲକ୍ ଅଧ୍ୟକ୍ଷା କଳ୍ପନା ପାଙ୍ଗି ଏବଂ ସରପଞ୍ଚ ଲିଊ ଗେମେଲ୍ ପ୍ରମୁଖ ଉପସ୍ଥିତ ରହିଥିଲେ । ପଞ୍ଚାୟତରେ ବିଭିନ୍ନ ଯୋଜନାର କାର୍ଯ୍ୟକାରୀ ନେଇ ସମୀକ୍ଷା କରିଥିଲେ। ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ, କୋରାପୁଟ ବିଧାୟକ ରଘୁରାମ ମାଛ ଓ କୋଟପାଡ଼ ବିଧାୟକ ରୂପୁ ଭତ୍ରା ପ୍ରମୁଖ ଉପସ୍ଥିତ ଥିଲେ। ମନ୍ତ୍ରୀ କହିଛନ୍ତି, ସୀମାନ୍ତ କୋଟିଆ ପଞ୍ଚାୟତ ଅଧୀନରେ କିଛି ସରକାରୀ ଜମି ରହିଛି। ଏହାକୁ ନେଇ ସର୍ଭେ କରିବା ସହ ଜମିହୀନ ପରିବାରଙ୍କୁ ପଟ୍ଟା ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସୀମାନ୍ତବାସୀଙ୍କ ସହିତ ରାଜ୍ୟ ସରକାର ରହିଛନ୍ତି ଓ ରହିବେ ମଧ୍ୟ। କୋଟିଆ ପଞ୍ଚାୟତକୁ ସରକାର ସ୍ବତନ୍ତ୍ର ଧ୍ୟାନଦେବା ସହ ଆର୍ଥିକ ମାନଦଣ୍ଡକୁ ସୁଦୃଢ଼ କରିବା ଆମର ଦାୟିତ୍ୱ ବୋଲି ପ୍ରତିଶ୍ରୁତି ଦେଇଥିଲେ। ମନ୍ତ୍ରୀ ୩୧ ସ୍ବୟଂ ସହାୟକ ଗୋଷ୍ଠୀକୁ ୧ କୋଟି ଟଙ୍କାର ଋଣ ଚେକ୍‌ ମାଧ୍ୟମରେ ପ୍ରଦାନ କରିଥିଲେ। ପିଏମ୍‌ଜିଓ୍ବାଇ ମାଧ୍ୟମରେ ୭ଜଣଙ୍କୁ ହେଲ୍‌ଥ କାର୍ଡ, ବାର୍ଦ୍ଧକ୍ୟ ଭତ୍ତା ୬, ମମତା ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନାରେ ୬ଜଣଙ୍କୁ ୬ ହଜାର ଟଙ୍କା, ୫ ଚାଷୀଙ୍କୁ ବିହନ ପ୍ରଦାନ କରିଥିଲେ। ଏହି ସମୟରେ ପଞ୍ଚାୟତର ୭ ନଂ ଓ୍ବାର୍ଡ ସଭ୍ୟ ରଜତ୍‌ କୁମାର ଖିଲ ଓ ପଞ୍ଚାୟତବାସୀ ୬ ମାସ ହେବ ପଞ୍ଚାୟତରେ ଏମ୍‌ଜିଏନ୍‌ଆରଜିଏସ୍‌ ଓ ଅନ୍ୟ ଯୋଜନାର କୌଣସି କାମ ହେଉ ନ ଥିବା ଜଣାଇଥିଲେ। ଏ ନେଇ ମନ୍ତ୍ରୀ ପୂଜାରୀ ଜିଲା ପ୍ରଶାସନକୁ ଏହା ଉପରେ ଦୃଷ୍ଟିଦେଇ ପଞ୍ଚାୟତକୁ ଅନୁଦାନ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବନବାସୀ ସନାତନ ଧର୍ମ ସଂସ୍କୃତି ସୁରକ୍ଷା ସମିତି ପକ୍ଷରୁ ଏକ ଲିଖିତ ଏକ ଦାବିପତ୍ର ମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିଲା। ଏହି ସମୟରେ ଦଳୀୟ କର୍ମୀ, ବ୍ଲକ ସଭାପତି ନରସିଂହ ବାଙ୍କା, ବଳରାମ ବାରିକ, ରଞ୍ଜିତ ପାଣିଗ୍ରାହୀ ଓ ଜିଲା କର୍ମକର୍ତ୍ତା ସ୍ବାଗତ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri