ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ମୁଖ୍ୟ ମଣ୍ଡପରେ ଆଦିବାସୀ ସଂସ୍କୃତି ଓ ଚାଲିଚଳଣିର ଝଲକ ଦେଖିବାକୁ ମିଳିବ। ଗୁରୁବାର କୋରାପୁଟ କେଚେଲା ରାସ୍ତାରେ ଥିବା ‘ପରବ’ର ନୂତନ ପଡ଼ିଆଠାରେ ପରବ ୨୦୨୫ ଉଦଘାଟନ ହେବାକୁ ଯାଉଛି। ରାଜ୍ୟ ନଗର ଉନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ମହୋତ୍ସବକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଏଥିରେ କୋରାପୁଟ ଜିଲାପରିଷଦ ଅଧ୍ୟକ୍ଷା , କୋରାପୁଟ ଓ ନବରଙ୍ଗପୁର ଏମ୍‌ପିଙ୍କ ସମେତ ଜିଲାର ସମସ୍ତ ବିଧାୟକ, ଜିଲାପାଳ, ଏସପି ପ୍ରମୁଖ ଅତିଥିଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ମହୋତ୍ସବରେ ଲକ୍ଷାଧିକ ଦର୍ଶକଙ୍କ ସମାଗମ ହେବାକୁ ଥିବା ଦୃଷ୍ଟିରେ ରଖି ଜିଲା ପୋଲିସ ବିଭାଗ ପକ୍ଷରୁ ମୋଟ ୩୬ ପ୍ଲାଟୁନ ଫୋର୍ସ ନିୟୋଜିତ କରାଯାଉଥିବା ଏସ୍‌ପି ରୋହିତ ବର୍ମା ପ୍ରକାଶ କରିଛନ୍ତି। ଏହି ମହୋତ୍ସବରେ ପଲ୍ଲିଶ୍ରୀ ମେଳା, ଖାଦ୍ୟ ମେଳା, ହସ୍ତଶିଳ୍ପ ମେଳା, ସ୍ବଦେଶୀ ମେଳା, କୃଷି ମେଳା ଆଦି ବିଭିନ୍ନ ବିଭାଗର ମୋଟ ୫୪୩ଟି ଷ୍ଟଲ କରାଯାଇଛି। ଉଦ୍‌ଘାଟନୀ ଦିବସରେ କୋରାପୁଟ ଜିଲାର ଦୁରୁଆ ଓ ଢେମସା ନୃତ୍ୟ ସମେତ ଜିଲା ବାହରର ବିଭିନ୍ନ ଆଦିବାସୀ ନୃତ୍ୟ ସହ ବିଶିଷ୍ଟ ଗାୟକ ଉମାକାନ୍ତ ବାରିକ ଓ ତାଙ୍କ ଦଳ ଦ୍ୱାରା ସମ୍ବଲପୁରୀ ସଂଗୀତ ଓ ନୃତ୍ୟ ପରିବେଷଣ କରାଯିବାକୁ ଥିବାବେଳେ ଡ୍ରୋନ୍‌ ଶୋ’ ଏବଂ ସଂଗୀତ ଭିତ୍ତିକ ଆତସବାଜି ଶୋ’ ଉଦ୍‌ଘାଟନୀ ଦିବସର ମୁଖ୍ୟ ଆକର୍ଷଣ ହେବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri