Posted inଜାତୀୟ

ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି ମନ୍ତ୍ରୀ: ରାଜକୁମାରୀଙ୍କୁ ଛାଡ଼ି ଏବେ ଏହି ଯୁବତୀଙ୍କ ଧରିବେ ହାତ

ଶିମ୍‌ଲା,୧୮।୮: ହିମାଚଳ ପ୍ରଦେଶର ପିଡବ୍ଲୁଡି ମନ୍ତ୍ରୀ ତଥା ରାଜ୍ୟ କଂଗ୍ରେସ ଅଧ୍ୟକ୍ଷା ପ୍ରତିଭା ସିଂହଙ୍କ ପୁଅ ବିକ୍ରମାଦିତ୍ୟ ସିଂହ ପୁଣି ଥରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ତାଙ୍କର ବିବାହ ସେପ୍ଟେମ୍ବର ୨୨ରେ ଚଣ୍ଡିଗଡ଼ରେ ହେବାର କାର୍ଯ୍ୟକ୍ରମ ରହିଛି।

ହିମାଚଳର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ପୁଅ ବିକ୍ରମାଦିତ୍ୟ ସିଂହ ପଞ୍ଜାବର ଅମରିନ କୌରଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅମରିନ ପଞ୍ଜାବ ବିଶ୍ୱବିଦ୍ୟାଳୟରେ ସହାୟକ ପ୍ରଫେସର ବୋଲି କୁହାଯାଉଛି। ବିବାହ ଉତ୍ସବ ଚଣ୍ଡିଗଡ଼ର ସେକ୍ଟର ୧ରେ ଅନୁଷ୍ଠିତ ହେବ। ବିବାହ କାର୍ଡ ମଧ୍ୟ ଛପାଯାଇଛି।
ଅମରିନ କୌର ଚଣ୍ଡିଗଡ଼ ନିବାସୀ ସର୍ଦ୍ଦାରନୀ ଓପିନ୍ଦର କୌର ଏବଂ ସର୍ଦ୍ଦାର ଜୋତିନ୍ଦର ସିଂହ ସେଖୋନଙ୍କ ଝିଅ। ବିବାହ ଉତ୍ସବ ଚଣ୍ଡିଗଡ଼ ବାସଭବନରେ ଅନୁଷ୍ଠିତ ହେବ। ବିବାହ କାର୍ଯ୍ୟକ୍ରମ ସକାଳ ୧୦ଟାରେ ଆରମ୍ଭ ହେବ, ତା’ପରେ ଅପରାହ୍ନ ୧ଟାରୁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରାଯାଇଛି।
ବିକ୍ରମାଦିତ୍ୟ ସିଂହ ତାଙ୍କ ପ୍ରଥମ ପତ୍ନୀଙ୍କଠାରୁ ଛାଡପତ୍ର ନେଇଛନ୍ତି। ଏହା ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ପୁଅ ବିକ୍ରମାଦିତ୍ୟ ସିଂହଙ୍କ ଦ୍ୱିତୀୟ ବିବାହ। ତାଙ୍କର ପ୍ରଥମ ବିବାହ ୮ ମାର୍ଚ୍ଚ ୨୦୧୯ରେ ରାଜସ୍ଥାନର ମେୱାଟ ରାଜବଂଶର ରାଜକୁମାରୀ ସୁଦର୍ଶନ ସିଂହଙ୍କ ସହିତ ହୋଇଥିଲା।

ଏହି ବିବାହ ଉଦୟପୁରର କାନୋଟା ଗାଁର କାନୋଟାଗଡ଼ ପ୍ୟାଲେସରେ ସଂପନ୍ନ ହୋଇଥିଲା। କିନ୍ତୁ, ବୈବାହିକ ସମ୍ପର୍କ ତିକ୍ତ ହେବା ପରେ ଉଭୟଙ୍କ ଛାଡପତ୍ର ହୋଇଥିଲା।

ବିକ୍ରମାଦିତ୍ୟ ସିଂହ ୨୦୨୪ ମସିହାରେ ଲୋକସଭା ନିର୍ବାଚନ ମଧ୍ୟ ଲଢ଼ିଥିଲେ। କଂଗ୍ରେସ ତାଙ୍କୁ ମଣ୍ଡି ଆସନରେ କଙ୍ଗନା ରାଣାୱତଙ୍କ ବିପକ୍ଷରେ ଟିକେଟ ଦେଇଥିଲା। ତଥାପି, ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ସେ ସିମଲା ଗ୍ରାମାଞ୍ଚଳର ବିଧାୟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri