ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମନ୍ତ୍ରୀ: ପ୍ରିନ୍ସିପାଲ ଏଚ୍‌ଓଡି ନିଲମ୍ବିତ

ବାଲେଶ୍ଵର,୧୨।୭(ବାଞ୍ଛାନିଧି ଦେ) FM କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ପ୍ରିନ୍ସିପାଲ ଓ ଶିକ୍ଷା ବିଭାଗ ଏଚ୍‌ଓଡି ଙ୍କୁ ନିଲମ୍ବନ କରାଯାଇଛି। ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ, ଏଚ୍‌ଓଡି ସମୀର ସାହୁଙ୍କୁ ଛାତ୍ରୀ ଆତ୍ମାହୂତୀ ଉଦ୍ୟମ ଘଟଣାରେ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରଛି। କାର୍ଯ୍ୟାନୁଷ୍ଠାନ ବାବଦରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ସୂଚନା ଦେଇଛନ୍ତି।

ସୂଚନା ମୁତାବକ ପାଖାପାଖି ଛଅ ମାସ ତଳେ ଅଧ୍ୟାପକ ଜଣକ ଛାତ୍ରୀଙ୍କ ଠାରୁ ଶାରୀରିକ ପ୍ରାପ୍ୟ ଆଶା କରିଥିଲେ। ମାତ୍ର ଛାତ୍ରୀ ଜଣକ ଅସ୍ବୀକାର କରିବାରୁ ଅଧ୍ୟାପକ ସମୀର ସାହୁ ଛାତ୍ରୀ ଜଣଙ୍କୁ ପ୍ରଥମେ କ୍ଲାସ ଅନୁପସ୍ଥିିତିକୁ କେନ୍ଦ୍ରକରି ଫେଲ୍ କରିଦେବାର ଧମକ ଦେଇଥିଲେ ଏବଂ ତାଙ୍କର ବ୍ୟକ୍ତିଗତ ଜୀବନର କିଛି ଘଟଣାବଳୀକୁ ତାଙ୍କ ପିତାମାତାଙ୍କୁ ଫୋନ ସାହାଯ୍ୟରେ ଜଣାଇଥିଲେ। ଯାହାକି ସମ୍ପୂର୍ଣ୍ଣ ରୂପେ ଅଯୌକ୍ତିକ ଥିଲା। ଛାତ୍ରୀ ଜଣକ ଆତ୍ମରକ୍ଷା ପ୍ରଶିକ୍ଷଣରେ ଜଣେ ତାଲିମ ପ୍ରାପ୍ତ ଟ୍ରେନର। ସରକାରୀ ପ୍ରଶିକ୍ଷଣ ଶିବିର ଏବଂ ନିଜର ବ୍ୟକ୍ତିଗତ କାରଣରୁ ବହୁ ସମୟରେ ଅନୁପସ୍ଥିତ ରୁହନ୍ତି। ଏହି ସୁଯୋଗର ଫାଇଦା ଉଠାଇ ବାରମ୍ବାର ଛାତ୍ରୀ ଜଣକୁ ଅପମାନ କରିବା ସହ ଦୀର୍ଘ ମାସ ଧରି ନିର୍ଯାତନା ଦେଇ ଆସୁଥିଲେ । ଏଥିରେ ଅତିଷ୍ଠ ହୋଇ ଛାତ୍ରୀ ଜଣକ ପୂର୍ବରୁ ଆତ୍ମହତ୍ୟା ଉଦ୍ୟମ ମଧ୍ୟ କରିଥିଲେ ।ଏ ନେଇ ଛାତ୍ରୀଜଣକ କଲେଜ ଅଧ୍ୟକ୍ଷ ଓ ସହଦେଵଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏକ କମିଟି ଗଠନ କରାଯାଇ ଘଟଣାର ତଦନ୍ତଭାର ଦିଆଯାଇଥିଲେହେଁ ଏଯାବତ ଛାତ୍ରୀଙ୍କୁ ନ୍ୟାୟ ମିଳିନଥିଲା । ଏ.ଏସ.ପି ନିରଞ୍ଜନ ବେହେରା, ସହଦେବଖୁଣ୍ଟା ଥାନା ଅଧିକାରୀ ଅଜୟ କୁମାର ମୁର୍ମୁଙ୍କ ଉପସ୍ଥିତିରେ କଲେଜ କର୍ତ୍ତୃପକ୍ଷ ଏ ଘଟଣାର ତଦନ୍ତ କରିବା ସହିତ କାର୍ଯ୍ଯାନୁଷ୍ଠାନ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏହି ଘଟଣାର ନିରପେକ୍ଷ ତଦନ୍ତ ପୂର୍ବକ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ନ କଲେ ଛାତ୍ରୀ ଜଣକ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri