ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମନ୍ତ୍ରୀ: ପ୍ରିନ୍ସିପାଲ ଏଚ୍‌ଓଡି ନିଲମ୍ବିତ

ବାଲେଶ୍ଵର,୧୨।୭(ବାଞ୍ଛାନିଧି ଦେ) FM କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ପ୍ରିନ୍ସିପାଲ ଓ ଶିକ୍ଷା ବିଭାଗ ଏଚ୍‌ଓଡି ଙ୍କୁ ନିଲମ୍ବନ କରାଯାଇଛି। ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ, ଏଚ୍‌ଓଡି ସମୀର ସାହୁଙ୍କୁ ଛାତ୍ରୀ ଆତ୍ମାହୂତୀ ଉଦ୍ୟମ ଘଟଣାରେ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରଛି। କାର୍ଯ୍ୟାନୁଷ୍ଠାନ ବାବଦରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ସୂଚନା ଦେଇଛନ୍ତି।

ସୂଚନା ମୁତାବକ ପାଖାପାଖି ଛଅ ମାସ ତଳେ ଅଧ୍ୟାପକ ଜଣକ ଛାତ୍ରୀଙ୍କ ଠାରୁ ଶାରୀରିକ ପ୍ରାପ୍ୟ ଆଶା କରିଥିଲେ। ମାତ୍ର ଛାତ୍ରୀ ଜଣକ ଅସ୍ବୀକାର କରିବାରୁ ଅଧ୍ୟାପକ ସମୀର ସାହୁ ଛାତ୍ରୀ ଜଣଙ୍କୁ ପ୍ରଥମେ କ୍ଲାସ ଅନୁପସ୍ଥିିତିକୁ କେନ୍ଦ୍ରକରି ଫେଲ୍ କରିଦେବାର ଧମକ ଦେଇଥିଲେ ଏବଂ ତାଙ୍କର ବ୍ୟକ୍ତିଗତ ଜୀବନର କିଛି ଘଟଣାବଳୀକୁ ତାଙ୍କ ପିତାମାତାଙ୍କୁ ଫୋନ ସାହାଯ୍ୟରେ ଜଣାଇଥିଲେ। ଯାହାକି ସମ୍ପୂର୍ଣ୍ଣ ରୂପେ ଅଯୌକ୍ତିକ ଥିଲା। ଛାତ୍ରୀ ଜଣକ ଆତ୍ମରକ୍ଷା ପ୍ରଶିକ୍ଷଣରେ ଜଣେ ତାଲିମ ପ୍ରାପ୍ତ ଟ୍ରେନର। ସରକାରୀ ପ୍ରଶିକ୍ଷଣ ଶିବିର ଏବଂ ନିଜର ବ୍ୟକ୍ତିଗତ କାରଣରୁ ବହୁ ସମୟରେ ଅନୁପସ୍ଥିତ ରୁହନ୍ତି। ଏହି ସୁଯୋଗର ଫାଇଦା ଉଠାଇ ବାରମ୍ବାର ଛାତ୍ରୀ ଜଣକୁ ଅପମାନ କରିବା ସହ ଦୀର୍ଘ ମାସ ଧରି ନିର୍ଯାତନା ଦେଇ ଆସୁଥିଲେ । ଏଥିରେ ଅତିଷ୍ଠ ହୋଇ ଛାତ୍ରୀ ଜଣକ ପୂର୍ବରୁ ଆତ୍ମହତ୍ୟା ଉଦ୍ୟମ ମଧ୍ୟ କରିଥିଲେ ।ଏ ନେଇ ଛାତ୍ରୀଜଣକ କଲେଜ ଅଧ୍ୟକ୍ଷ ଓ ସହଦେଵଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏକ କମିଟି ଗଠନ କରାଯାଇ ଘଟଣାର ତଦନ୍ତଭାର ଦିଆଯାଇଥିଲେହେଁ ଏଯାବତ ଛାତ୍ରୀଙ୍କୁ ନ୍ୟାୟ ମିଳିନଥିଲା । ଏ.ଏସ.ପି ନିରଞ୍ଜନ ବେହେରା, ସହଦେବଖୁଣ୍ଟା ଥାନା ଅଧିକାରୀ ଅଜୟ କୁମାର ମୁର୍ମୁଙ୍କ ଉପସ୍ଥିତିରେ କଲେଜ କର୍ତ୍ତୃପକ୍ଷ ଏ ଘଟଣାର ତଦନ୍ତ କରିବା ସହିତ କାର୍ଯ୍ଯାନୁଷ୍ଠାନ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏହି ଘଟଣାର ନିରପେକ୍ଷ ତଦନ୍ତ ପୂର୍ବକ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ନ କଲେ ଛାତ୍ରୀ ଜଣକ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri