ମନ୍ତ୍ରୀ ଟୁକୁନି ସାହୁଙ୍କ ଅଚାନକ ବାଲିମେଳା ଗସ୍ତ

କୋରୁକୋଣ୍ଡା,୨୫ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ପୋଟେରୁ ଜଳସେଚନ ପ୍ରକଳ୍ପର ସୋଲୁକୋଣ୍ଡା ବ୍ୟାରେଜ ଓ ମେଗା ଲିଫ୍ଟକୁ ଅଚାନକ ଗସ୍ତ କରିଛନ୍ତି ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ। ଶନିବାର ପୋଟେରୁ ଜଳସେଚନର ସୋଲକୋଣ୍ଡା ବ୍ୟାରେଜକୁ ଯାଇ ସେଠାରେ ଥିବା ଦୁଇଟି କେନାଲ ଗମ୍ଫାକୋଣ୍ଡା ଓ ତମସା କେନାଲର ଅନୁଧ୍ୟାନ କରିଥିଲେ।

ମେଗାଲିଫ୍ଟ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ଏହି ପ୍ରକଳ୍ପ ମାଧ୍ୟମରେ ୨୮ଟି ଗ୍ରାମ ଯଥା ୫୨୦୦ ହେକ୍ଟର ଚାଷଜମିରେ ଉଠା ଜଳସେଚନ ହୋଇପାରିବ। ଫଳରେ ୨୮ ଗ୍ରାମର ଚାଷୀ ଉପକୃତ ହୋଇପାରିବେ ବୋଲି କହିଥିଲେ। ଏହାପରେ ବାଲିମେଳାସ୍ଥିତ ୮୮ ବାଟାଲିୟନ ସୀମାସୁରକ୍ଷା ବାହିନୀର କମାଣ୍ଡାଣ୍ଟ ବିନୋଦ ସାରିନ ମନ୍ତ୍ରୀଙ୍କୁ ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାଟ୍ରୋଲିଂ ନିମନ୍ତେ ବାଲିମେଳା ଜଳଭଣ୍ଡାରରେ ମଟର ବୋଟ୍‌ର ଅବଶ୍ୟକତା ବିଷୟରେ ଜଣାଇଥିଲେ। ଏହି ଗସ୍ତ ସମୟରେ ମାଲକାନଗିରି ଜିଲାପାଳ ବିଶାଳ ସିଂ, ପୋଟେରୁ ଜଳସେଚନ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଚନ୍ଦ୍ରଶେଖର ମିଶ୍ର,ପୋଟେରୁ ଅଧୀକ୍ଷଣ ଯନ୍ତ୍ରୀ ଅଭିରାମ ବେହୁରିଆ ଓ ଅନ୍ୟ ବିଭାଜନର ଯନ୍ତ୍ରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri