Posted inଜାତୀୟ

କର୍ଣ୍ଣେଲ ସୋଫିଆ କ୍ୟୁରେଶିଙ୍କ ବିରୋଧରେ ବିବାଦୀୟ ବୟାନ ଦେଇ ଫସିଲେ ଭାଜପା ମନ୍ତ୍ରୀ, FIR ରୁଜୁ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରଦେଶର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଜୟ ଶାହା କର୍ଣ୍ଣେଲ ସୋଫିଆ କ୍ୟୁରେଶୀଙ୍କ ଉପରେ ଏକ ବୟାନ ଦେଇ ବିବାଦରେ ଛନ୍ଦି ହୋଇଛନ୍ତି। ବିଭିନ୍ନ ମହଲରେ ତାଙ୍କୁ ସମାଲୋଚନା କରାଯାଉଥିବା ବେଳେ ମଧ୍ୟପ୍ରଦେଶ ହାଇକୋର୍ଟ ତାଙ୍କ ବୟାନର ସ୍ବତଃ ତଦନ୍ତ କରିଛନ୍ତି। କୋର୍ଟ ବିଜୟ ଶାହାଙ୍କ ବିରୋଧରେ ଏଫ୍‌ଆଇଆର୍‌ ପଞ୍ଜିକରଣ କରିବାକୁ ମଧ୍ୟପ୍ରଦେଶର ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ଅତୁଲ ଶ୍ରୀଧରଙ୍କ ଡିଭିଜନ ବେଞ୍ଚ ଚାରି ଘଣ୍ଟା ମଧ୍ୟରେ ମନ୍ତ୍ରୀଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଗୁରୁବାର ସକାଳେ କରାଯିବ। ଯେକୌଣସି ପରିସ୍ଥିତିରେ FIR ପଞ୍ଜିକୃତ ହେବା ଉଚିତ। ଏନେଇ କୋର୍ଟ ଆଡଭୋକେଟ ଜେନେରାଲ ପ୍ରଶାନ୍ତ ସିଂଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

କର୍ଣ୍ଣେଲ ସୋଫିଆ କ୍ୟୁରେଶୀଙ୍କ ବିଷୟରେ ଦେଇଥିବା ବିବାଦୀୟ ବୟାନ ପାଇଁ ମନ୍ତ୍ରୀ ବିଜୟ ଶାହ କ୍ଷମା ମାଗିଛନ୍ତି। କିନ୍ତୁ ସମାଲୋଚନା ଥମିବାର ନାଁ ନେଉନାହିଁ। ଏହି ପ୍ରସଙ୍ଗରେ କଂଗ୍ରେସ ତୀବ୍ର ପ୍ରତିବାଦ କରୁଛି। ଏପରିକି ତାଙ୍କ ବିରୋଧରେ ଦେଶଦ୍ରୋହର ମାମଲା ରୁଜୁ ହେବା ଉଚିତ ବୋଲି କଂଗ୍ରେସ କହିଛି।

କର୍ଣ୍ଣେଲ ସୋଫିଆ କ୍ୟୁରେଶୀଙ୍କ ଉପରେ ମନ୍ତ୍ରୀଙ୍କ ବିବାଦୀୟ ବୟାନ ସମ୍ପର୍କରେ ଭାଜପା ରାଜ୍ୟ ସଭାପତି ଭିଡି ଶର୍ମା କହିଛନ୍ତି ଯେ ଭାଜପା ନେତୃତ୍ୱ ସମ୍ବେଦନଶୀଳ। ଏହି ପ୍ରସଙ୍ଗରେ ଏକ ଦୃଢ଼ ବାର୍ତ୍ତା ଦିଆଯାଇଛି। ଏକ ଚେତାବନୀ ମଧ୍ୟ ଦିଆଯାଇଛି। ଭାଜପା ଏପରି ବୟାନକୁ ଅନୁମତି ଦିଏ ନାହିଁ। କଂଗ୍ରେସ କ’ଣ କରେ ଏବଂ କ’ଣ କୁହେ? ମୋତେ ଏ ବିଷୟରେ କହିବାର ଆବଶ୍ୟକତା ନାହିଁ। କର୍ଣ୍ଣେଲ ସୋଫିଆ ସାରା ଦେଶର ଝିଅ।

ପ୍ରକାଶ ଯେ, ମନ୍ତ୍ରୀ ବିଜୟ ଶାହା ଏକ କାର୍ଯ୍ୟକ୍ରମରେ କହିଥିଲେ ଯେ ଯେଉଁମାନେ ଆମ ଝିଅମାନଙ୍କର ସିନ୍ଦୁର ପୋଛିଥିଲେ, ଆମେ ସେମାନଙ୍କ ଭଉଣୀମାନଙ୍କୁ ସେମାନଙ୍କ ପାଖକୁ ପଠାଇ ଜବାବ ଦେଇଥିଲୁ। ତାଙ୍କ ମୁହଁରୁ ଏହି ଶବ୍ଦଗୁଡ଼ିକ ବାହାରିବା ମାତ୍ରେ ସେଠାରେ ହଙ୍ଗାମା ହୋଇଥିଲା। ମନ୍ତ୍ରୀ ଅଟକି ଯାଇ ପରେ କହିଥିଲେ ଯେ କର୍ଣ୍ଣେଲ ସୋଫିଆ ଜଣେ ପ୍ରକୃତ ଭଉଣୀ ଅପେକ୍ଷା ଅଧିକ ସମ୍ମାନିତ। ମୁଁ ତାଙ୍କୁ ପ୍ରଣାମ କରୁଛି। ଯଦି ମୋର ବକ୍ତବ୍ୟ ଦ୍ୱାରା କାହାକୁ ଆଘାତ ଲାଗିଛି, ତେବେ ମୁଁ ୧୦ ଥର କ୍ଷମା ମାଗିବାକୁ ପ୍ରସ୍ତୁତ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri