ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ ବର୍ଷା ସହିତ ମହାନଦୀରେ ରହିଥିବା ଛତିଶଗଡ଼ର ବିଭିନ୍ନ ବ୍ୟାରେଜରୁ ହଠାତ୍‌ ମାତ୍ରାଧିକ ଜଳ ନିଷ୍କାସନ ଯୋଗୁ ହୀରାକୁଦ ଜଳଭଣ୍ଡାରର ପଛୁଆ ପାଣି ଉକ୍ତ ଗ୍ରାମଗୁଡ଼ିକୁ ପଶି ଆସିବାରୁ ସେଭଳି ସ୍ଥିତି ଉପୁଜିଥିଲା। ଏଥିରେ ବହୁ ଲୋକଙ୍କ ଘରଦ୍ୱାର ଉଜୁଡି ଯାଇଥିବାବେଳେ ବ୍ୟାପକ ଫସଲହାନି ମଧ୍ୟ ହୋଇଛି।

ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ବନ୍ୟା ପ୍ରଭାବିତ ଗ୍ରାମଗୁଡିକୁ ପରିଦର୍ଶନ ସହିତ ସ୍ଥିତି ଅନୁଧ୍ୟାନ କରିଛନ୍ତି। ବନ୍ୟା ଯୋଗୁ ସୃଷ୍ଟି ହୋଇଥିବା ସମସ୍ୟା ସମ୍ପର୍କରେ ମନ୍ତ୍ରୀ ପୂଜାରୀ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କ ଜୀବନଯାପନ, ଯାତାୟାତ ଓ ଅନ୍ୟାନ୍ୟ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ। ସେହିପରି ଅଧିକାରୀମାନଙ୍କଠାରୁ ବନ୍ୟାର ବର୍ତ୍ତମାନ ସ୍ଥିତି, ପ୍ରଭାବିତ ଅଞ୍ଚଳ ଓ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ମନ୍ତ୍ରୀ ସୂଚନା ନେଇଥିଲେ।

ବନ୍ୟା ବିପନ୍ନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ସହ ଆବଶ୍ୟକ ସମୟରେ ରିଲିଫ, ଖାଦ୍ୟ, ପାନୀୟ ଜଳ ଓ ଅନ୍ୟାନ୍ୟ ଜରୁରୀ ସହାୟତା ଯୋଗାଇଦେବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏଥିସହ ବନ୍ୟା ପରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ପ୍ରଭାବିତ ଲୋକଙ୍କୁ ନିୟମାନୁସାରେ ସହାୟତା ଯୋଗାଇଦେବା ନେଇ ମଧ୍ୟ ଆଲୋଚନା ହୋଇଥିଲା। ପରିଦର୍ଶନ ସମୟରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ, ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ, ଜିଲାପାଳ ଆଦିତ୍ୟ ଗୋୟଲ, ଉପ ଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେଙ୍କ ସମେତ ବିଭାଗୀୟ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?