ଫୁଡ୍‌ ପାର୍କ ପରିଦର୍ଶନ କଲେ ମନ୍ତ୍ରୀ

ରାୟଗଡ଼ା,୧୬।୧୧(ଆଶିଷ ରଞ୍ଜନ ପଣ୍ଡା)- ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ତଥା ଓଡ଼ିଆ ଭାଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ରାଜ୍ୟ ସଭା ଏମ୍‌ପି ସୁଜିତ କୁମାର ରାୟଗଡ଼ା ଜିଲା କୋଲନରା ବ୍ଲକ ଭୁଜବଳସ୍ଥିତ ମିଟ୍‌ସ କଲେଜ ଓ ମେଗା ଫୁଡ ପାର୍କ ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ସେଠାରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଥିଲେ।

ଏଥିସହ ଉପସ୍ଥିତ ଥିବା ଅଧିକାରୀଙ୍କ ସହ ସ୍ଥାନୀୟ ନିଯୁକ୍ତି ସୃଷ୍ଟି, ଖାଦ୍ୟ ପ୍ରକ୍ରିୟାକରଣ ପ୍ରକଳ୍ପ ଓ ପରିସଂଖ୍ୟନ ଅବସ୍ଥା ସମ୍ପର୍କରେ ଆଲୋଚନା କରିଥିଲେ। ମିଟସ୍‌ ଗ୍ରୁପ୍‌ ଦ୍ୱାରା କୃଷି-ଭିତ୍ତିକ ଶିଳ୍ପ ସୁଦୃଢ଼ କରିବା ଓ ସ୍ଥାନୀୟ ଯୁବକଙ୍କୁ କୌଶଳ ବିକାଶରେ ସହଯୋଗ ଦେବା ପ୍ରୟାସକୁ ଉଚ୍ଚ ପ୍ରଶଂସା କରିଥିଲେ।

ଫୁଡ୍‌ ପାର୍କ ପରିଦର୍ଶନ ପରେ ଅତିଥିମାନେ ମିଟସ୍‌ ଅଡିଟୋରିଅମରେ ବନ୍ଦେ ମାତରମ୍‌ ୧୫୦ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ମିଟସ୍‌ ଗ୍ରୁପର ଅଧ୍ୟକ୍ଷ ବାଳକୃଷ୍ଣ ପଣ୍ଡା, ସିଇଓ ଶ୍ରୀରାମ ପଣ୍ଡା, ଉପାଧ୍ୟକ୍ଷ ବିଶ୍ୱଜିତ ପଣ୍ଡା, ନିର୍ଦ୍ଦେଶକ ଡ଼. ସି.ଭି..ଗୋପୀନାଥ, ଡିନ୍‌ ଡ଼.ଶାନ୍ତନୁ ମହାନ୍ତି, ଅଧ୍ୟକ୍ଷ ପ୍ରଫେସର ରାମାନୁଜ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଦକ୍ଷିଣ ଓଡ଼ିଶାର ଗ୍ରାମୀଣ ଓ ଜନଜାତୀୟ ଅଞ୍ଚଳରେ ଗୁଣବତ୍ତା ପୂର୍ଣ୍ଣ ଶିକ୍ଷା, କୌଶଳ ବିକାଶ ଓ ସାମାଜିକ-ଆର୍ଥତ୍କ ଉନ୍ନତି ପାଇଁ ଦିଆଯାଉଥିବା ଶିକ୍ଷାଦାନକୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ପ୍ରଶଂସା କରିଥିଲେ। ଏଥିରେ ପ୍ରାୟ ୧୫୦୦ ଛାତ୍ରୀଛାତ୍ର, ସମସ୍ତ ଅଧ୍ୟାପିକା, ଅଧ୍ୟାପକଙ୍କ ସମେତ କଲେଜର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଶେଷରେ ମିଟସ୍‌ ଅଧ୍ୟକ୍ଷ ବାଳକୃଷ୍ଣ ପଣ୍ଡା ଅତିଥିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri