ସରକାରୀ କର୍ମଚାରୀଙ୍କୁ ଚେତାବନୀ ଦେଲେ ମନ୍ତ୍ରୀ: ପିସି ନେଉଥିଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯ା୬(ଅନିଲ ଦାସ):ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ମଙ୍ଗଳବାର ଅଚାନକ ଭୁବନେଶ୍ୱରସ୍ଥିତ ତହସିଲ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ସାଧାରଣ ଲୋକ, ଓକିଲ ଓ ସରକାରୀ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ତହସିଲ ଅଫିସରେ କିଭଳି କାର୍ଯ୍ୟ ହେଉଛି ଓ ଜନସାଧାରଣ କିପରି ସେବା ପାଉଛନ୍ତି ସେ ସମ୍ପର୍କିତ ଅଭିଯୋଗ ଉପରେ ମଧ୍ୟ ଆଲୋଚନା କରିଥିଲେ। ଭୂମି, ବାସସ୍ଥାନ, ଜାତିଗତ ପ୍ରମାଣପତ୍ର ଆବେଦନ ଓ ତୁରନ୍ତ ଏସବୁ ସେବା ମିଳିବା ନେଇ ସମୟସୀମା ନିର୍ଦ୍ଧାରଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ତହସିଲ କାର୍ଯ୍ୟାଳୟକୁ ବିଭିନ୍ନ କାମ ପାଇଁ ଆସୁଥିବା ସାଧାରଣ ଲୋକେ ଯେପରି ହଇରାଣ ହରକତ ନ ହେବେ ଓ ସମସ୍ତ ସେବା ସୁବିଧାରେ ପାଇପାରିବେ ସେ ନେଇ ଏକ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ କରିବା ପାଇଁ ଉପସ୍ଥିତ ଅଧିକାରୀଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି ଯେ ସରକାରୀ କାର୍ଯ୍ୟାଳୟରେ ପିସି କାରବାର କିମ୍ବା ଦୁର୍ନୀତିର ପ୍ରମାଣ ମିଳିଲେ ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ କ୍ଷେତ୍ରରେ ‘ଶୂନ ସହନଶୀଳତା’ ହେଉଛି ମାପଦଣ୍ଡ। ଜନସାଧାରଣଙ୍କ ନିକଟରେ ରାଜସ୍ବ, ପ୍ରଶାସନ କିପରି ସହଜରେ ପହଞ୍ଚିପାରିବ ସେ ନେଇ ଯଦି କାହାର କିଛି ପ୍ରସ୍ତାବ ରହିଥାଏ ତେବେ ସେସବୁକୁ ସ୍ବାଗତ କରାଯିବ। ଏ କ୍ଷେତ୍ରରେ ସାଧାରଣ ଲୋକ ଚାହିଁଲେ ମଧ୍ୟ ମନ୍ତ୍ରୀଙ୍କୁ ସିଧାସଳଖ ଭେଟିପାରିବେ ଓ ନିଜର ସମସ୍ୟା ସମ୍ପର୍କରେ ଅବଗତ କରାଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

Union Budget 2026: ଆଜି କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୧।୨(ପି.ଟି.): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହା ତାଙ୍କର କ୍ରମାଗତ ୯ମ ବଜେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri