ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ ଭବନରେ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ୧୯ତମ ଅର୍ବାନ୍‌ ମୋବିଲିଟି ଇଣ୍ଡିଆ ସମ୍ମିଳନୀର ସମୀକ୍ଷା କରୁଥିବାବେଳେ ଲୋକସେବା ଭବନ ମନ୍ତ୍ରୀ କରିଡର ଖାଁ ଖାଁ ଲାଗୁଥିଲା। ଶ୍ରମ ଆୟୁକ୍ତ ଇନ୍ଦ୍ରମଣି ତ୍ରିପାଠୀ ଓ ବିଭିନ୍ନ ବିଭାଗର ସଚିବମାନେ ବାଇକ ଯୋଗେ ଲୋକସେବା ଭବନକୁ ଆସୁଥିବା ପରିଲକ୍ଷିତ ହୋଇଥିଲା। ବନ୍ଦକୁ ଦୃଷ୍ଟିରେ ରଖି ଲୋକସେବା ଭବନ ସମେତ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। କାଳେ ଆନ୍ଦୋଳନକାରୀମାନେ ସଚିବାଳୟ ଭିତରକୁ ପଶି ଆସିବେ ତାକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବଳୟ
ସୃଷ୍ଟି ହୋଇଥିଲା। ଲୋକସେବା ଭବନର ପ୍ରମୁଖ ଗେଟ୍‌ ୧୦ଟା ୧୫ମିନିଟରେ ବନ୍ଦ ରଖାଯାଇଥିଲା। ପଛପଟ ଗେଟ୍‌(୫ନମ୍ବର) ଦେଇ ଗାଡ଼ି ଯାତାୟାତ କରୁଥିବା ପରିଲକ୍ଷିତ ହୋଇଥିଲା। ଅନ୍ୟପକ୍ଷରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ ଇଣ୍ଡିଆ ବ୍ଲକର କର୍ମକର୍ତ୍ତା ଏବଂ ମହିଳା କର୍ମକର୍ତ୍ତାମାନେ ସଚିବାଳୟ ଭିତରକୁ ଧସେଇ ପଶିବାକୁ ଜୋରଦାର ଉଦ୍ୟମ କରିଥିଲେ। ପୋଲିସ ଆଇନ ଶୃଙ୍ଖଳା ଦୃଷ୍ଟିରୁ ସେମାନଙ୍କୁ ପିଏମ୍‌ଜି ନିକଟରେ ଅଟକାଇଥିଲା। ଏହି ସମୟରେ ପୋଲିସ ଓ ଇଣ୍ଡିଆ ବ୍ଲକର କର୍ମକର୍ତ୍ତାଙ୍କ ମଧ୍ୟରେ ବଚସା ଓ ଠେଲାପେଲା ପର୍ଯ୍ୟନ୍ତ କଥା ଯାଇଥିଲା। ତେବେ ଗୃହ ବିଭାଗ ପକ୍ଷରୁ ବୁଧବାର ସ୍ପଷ୍ଟ ନିର୍ଦ୍ଦେଶନାମା ରହିଥିବାରୁ ସରକାରୀ କର୍ମଚାରୀମାନେ ସକାଳ ୯ଟା ୩୦ ସୁଦ୍ଧା କାର୍ଯ୍ୟାଳୟରେ ପହଞ୍ଚିବା ପରିଲକ୍ଷିତ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?