ଚିଲିକା ବୁଲିଲେ ବାଚସ୍ପତି, ମନ୍ତ୍ରୀ ଓ ବିଧାୟକ

ଖୋର୍ଦ୍ଧା ଅଫିସ/ବାଲୁଗଁା/କୃଷ୍ଣପ୍ରସାଦ, ୧୬ା୪(ଡି.ଏନ୍‌.ଏ.): ଚିଲିକା ପରିଭ୍ରମଣ ସହ ମା’ କାଳିଜାଈଙ୍କ ଦର୍ଶନ କରିଛନ୍ତି ବିଧାନସଭାର ବାଚସ୍ପତିଙ୍କ ସମେତ ବହୁ ବିଧାୟକ ଓ ମନ୍ତ୍ରୀ। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ କଡ଼ା ସୁରକ୍ଷା ବଳୟରେ ୪ଟି ବସ୍‌ରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ନେତୃତ୍ୱରେ ୮୨ଜଣ ବିଧାୟକ ଓ ମନ୍ତ୍ରୀ ବଡ଼କୂଳସ୍ଥିତ ପାନ୍ଥନିବାସଠାରେ ପହଞ୍ଚତ୍ଥିଲେ। ଖୋର୍ଦ୍ଧା ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଅତିରିକ୍ତ ଜିଲାପାଳ ମନୋଜ କୁମାର ପାଢ଼ୀ ଓ ନୌସେନା ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ସେମାନଙ୍କୁ ସ୍ବାଗତ କରିଥିଲେ। ସେଠାରେ କିଛି ସମୟ ବିଶ୍ରାମ ନେବା ପରେ ପର୍ଯ୍ୟଟନ ବିଭାଗର ବୋଟ୍‌ରେ ମା’କାଳିଜାଈଙ୍କ ଦର୍ଶନ ପାଇଁ ଯାତ୍ରା କରିଥିଲେ। ଚିଲିକାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ କାଳିଜାଈ ପୀଠରେ ପହଞ୍ଚିଥିଲେ। ବାଚସ୍ପତି, ମନ୍ତ୍ରୀ ଓ ବିଧାୟକମାନେ ମା’ଙ୍କ ଦର୍ଶନ କରିଥିଲେ। ବାଚସ୍ପତି ମନ୍ଦିରର ପାରିପାର୍ଶ୍ୱିକ ସ୍ଥିତି ପରଖିଥିଲେ। ମନ୍ଦିରର ଉନ୍ନତୀକରଣ ପାଇଁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ଆଗେଇବାକୁ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ପରାମର୍ଶ ଦେଇଥିଲେ। ମନ୍ଦିର ଚତୁଃପାଶର୍‌ବରେ ଖୋଲା ଛାତ ନିର୍ମାଣ କରାଯିବ ବୋଲି ପର୍ଯ୍ୟଟନ ମନ୍ତ୍ରୀ ମନ୍ତ୍ରୀ ପାଣିଗ୍ରାହୀ କହିଥିଲେ। ପର୍ଯ୍ୟଟକମାନେ ମନ୍ତ୍ରୀ ଓ ବିଧାୟକଙ୍କ ସହିତ ସେଲ୍ଫି ନେଉଥିବା ଦେଖିବାକୁ ମିଳିଥିଲା। ପରେ ବାଚସ୍ପତି ଓ ଅନ୍ୟମାନେ ବୋଟରେ ବଡକୂଳ ପାନ୍ଥନିବାସରେ ପହଞ୍ଚିଥିଲେ। ଏହାପରେ ଚିଲିକାସ୍ଥିତ ଭାରତୀୟ ନୌସେନା ପ୍ରଶିକ୍ଷଣ କେନ୍ଦ୍ର(ଆଇଏନ୍‌ଏସ୍‌) ଅଭିମୁଖେ ବାହାରିଥିଲେ। ସେଠାରେ ପହଞ୍ଚିବା ପରେ ନୌସେନା ପକ୍ଷରୁ ସେମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଉକ୍ତ କେନ୍ଦ୍ରରେ ପ୍ରତିରକ୍ଷା ମୂଳକ ସମରାଭ୍ୟାସ ଦେଖିଥିଲେ। ଭାରତୀୟ ନୌସେନା ପ୍ରଶିକ୍ଷଣ କେନ୍ଦ୍ରର କମୋଡର ଏନ୍‌.ପି. ପ୍ରଦୀପ ପ୍ରତିରକ୍ଷା ଓ ପ୍ରଶିକ୍ଷଣ କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ସମ୍ପର୍କରେ ସୂଚନା ଦେଇଥିଲେ। ସମସ୍ତ ପ୍ରଶିକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ଭାରତବର୍ଷରେ ଓଡ଼ିଶା ଗର୍ବିତ ବୋଲି ବାଚସ୍ପତି ପାତ୍ର କହିଥିଲେ। ପରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଯୋଗଦେଇଥିଲେ। ସନ୍ଧ୍ୟାରେ ସମସ୍ତ ସଦସ୍ୟ ଭୁବନେଶ୍ୱରକୁ ଫେରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri