ଚିଲିକା ବୁଲିଲେ ବାଚସ୍ପତି, ମନ୍ତ୍ରୀ ଓ ବିଧାୟକ

ଖୋର୍ଦ୍ଧା ଅଫିସ/ବାଲୁଗଁା/କୃଷ୍ଣପ୍ରସାଦ, ୧୬ା୪(ଡି.ଏନ୍‌.ଏ.): ଚିଲିକା ପରିଭ୍ରମଣ ସହ ମା’ କାଳିଜାଈଙ୍କ ଦର୍ଶନ କରିଛନ୍ତି ବିଧାନସଭାର ବାଚସ୍ପତିଙ୍କ ସମେତ ବହୁ ବିଧାୟକ ଓ ମନ୍ତ୍ରୀ। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ କଡ଼ା ସୁରକ୍ଷା ବଳୟରେ ୪ଟି ବସ୍‌ରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ନେତୃତ୍ୱରେ ୮୨ଜଣ ବିଧାୟକ ଓ ମନ୍ତ୍ରୀ ବଡ଼କୂଳସ୍ଥିତ ପାନ୍ଥନିବାସଠାରେ ପହଞ୍ଚତ୍ଥିଲେ। ଖୋର୍ଦ୍ଧା ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଅତିରିକ୍ତ ଜିଲାପାଳ ମନୋଜ କୁମାର ପାଢ଼ୀ ଓ ନୌସେନା ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ସେମାନଙ୍କୁ ସ୍ବାଗତ କରିଥିଲେ। ସେଠାରେ କିଛି ସମୟ ବିଶ୍ରାମ ନେବା ପରେ ପର୍ଯ୍ୟଟନ ବିଭାଗର ବୋଟ୍‌ରେ ମା’କାଳିଜାଈଙ୍କ ଦର୍ଶନ ପାଇଁ ଯାତ୍ରା କରିଥିଲେ। ଚିଲିକାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ କାଳିଜାଈ ପୀଠରେ ପହଞ୍ଚିଥିଲେ। ବାଚସ୍ପତି, ମନ୍ତ୍ରୀ ଓ ବିଧାୟକମାନେ ମା’ଙ୍କ ଦର୍ଶନ କରିଥିଲେ। ବାଚସ୍ପତି ମନ୍ଦିରର ପାରିପାର୍ଶ୍ୱିକ ସ୍ଥିତି ପରଖିଥିଲେ। ମନ୍ଦିରର ଉନ୍ନତୀକରଣ ପାଇଁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ଆଗେଇବାକୁ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ପରାମର୍ଶ ଦେଇଥିଲେ। ମନ୍ଦିର ଚତୁଃପାଶର୍‌ବରେ ଖୋଲା ଛାତ ନିର୍ମାଣ କରାଯିବ ବୋଲି ପର୍ଯ୍ୟଟନ ମନ୍ତ୍ରୀ ମନ୍ତ୍ରୀ ପାଣିଗ୍ରାହୀ କହିଥିଲେ। ପର୍ଯ୍ୟଟକମାନେ ମନ୍ତ୍ରୀ ଓ ବିଧାୟକଙ୍କ ସହିତ ସେଲ୍ଫି ନେଉଥିବା ଦେଖିବାକୁ ମିଳିଥିଲା। ପରେ ବାଚସ୍ପତି ଓ ଅନ୍ୟମାନେ ବୋଟରେ ବଡକୂଳ ପାନ୍ଥନିବାସରେ ପହଞ୍ଚିଥିଲେ। ଏହାପରେ ଚିଲିକାସ୍ଥିତ ଭାରତୀୟ ନୌସେନା ପ୍ରଶିକ୍ଷଣ କେନ୍ଦ୍ର(ଆଇଏନ୍‌ଏସ୍‌) ଅଭିମୁଖେ ବାହାରିଥିଲେ। ସେଠାରେ ପହଞ୍ଚିବା ପରେ ନୌସେନା ପକ୍ଷରୁ ସେମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଉକ୍ତ କେନ୍ଦ୍ରରେ ପ୍ରତିରକ୍ଷା ମୂଳକ ସମରାଭ୍ୟାସ ଦେଖିଥିଲେ। ଭାରତୀୟ ନୌସେନା ପ୍ରଶିକ୍ଷଣ କେନ୍ଦ୍ରର କମୋଡର ଏନ୍‌.ପି. ପ୍ରଦୀପ ପ୍ରତିରକ୍ଷା ଓ ପ୍ରଶିକ୍ଷଣ କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ସମ୍ପର୍କରେ ସୂଚନା ଦେଇଥିଲେ। ସମସ୍ତ ପ୍ରଶିକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ଭାରତବର୍ଷରେ ଓଡ଼ିଶା ଗର୍ବିତ ବୋଲି ବାଚସ୍ପତି ପାତ୍ର କହିଥିଲେ। ପରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଯୋଗଦେଇଥିଲେ। ସନ୍ଧ୍ୟାରେ ସମସ୍ତ ସଦସ୍ୟ ଭୁବନେଶ୍ୱରକୁ ଫେରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri