ବାତ୍ୟା ସମୀକ୍ଷା ବୈଠକ ପରେ ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ୧୫ ଜିଲା ହୋଇପାରେ ପ୍ରଭାବିତ

ଭୁବନେଶ୍ୱର,୨୫।୧୦: ଶନିବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବାତ୍ୟା ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ପ୍ରାୟ ୧୫ ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଛି। ବିଶେଷକରି ଦକ୍ଷିଣାଞ୍ଚଳ ଓ ଉପକୂଳ ଜିଲ୍ଲାରେ ପ୍ରଭାବ ପଡ଼ିପାରେ।ଯଦି ବି ବାତ୍ୟା ଦିଗ ପରିବର୍ତ୍ତନ କରେ ତା’ହେଲେ ବି ପ୍ରସ୍ତୁତ ଅଛୁ। ଜଳସମ୍ପଦ, ପଞ୍ଚାୟତିରାଜ, କୃଷି, ଶକ୍ତି ବିଭାଗକୁ ସଜାଗ କରିଛୁ।ଅତୀତର ଅନୁଭୂତିକୁ ଦେଖି ସବୁ ପଦକ୍ଷେପ ନେଇଛୁ। ଯଦି କେହି ପାଣିରେ ରୁହନ୍ତି, ରନ୍ଧା ଖାଦ୍ୟ ଯୋଗାଇବୁ ବୋଲି ମନ୍ତ୍ରୀ କହିଛନ୍ତି।

ଅନ୍ୟପଟେ, ଭୀଷଣ ବାତ୍ୟା ‘ମୋନ୍ଥା’ ପାଇଁ ପାରାଦୀପରେ ସତର୍କ ସୂଚନା ଜାରି କରାଯାଇଛି। ମାଇକ ଦାରା ସତର୍କ କରାଇଲେ ମତ୍ସ୍ୟ ବିଭାଗ ଓ ସାମୁଦ୍ରିକ ପୋଲିସ। ନେହରୁବଙ୍ଗଳା ଫିସିଂ ହାର୍ବର, ଅଠରବାଙ୍କି, ଷଣ୍ଢକୁଦରେ ପ୍ରଚାର ଯୋଗେ ସତର୍କ କରାଯାଇଛି। ନୂଆବଜାର, ଚୌମୁହାଣି ଅଞ୍ଚଳରେ ବି ମାଇକ ଦ୍ୱାରା ସତର୍କ କରାଯାଇଛି। ୨୯ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି ତୁରନ୍ତ କୂଳକୁ ଫେରି ଆସିବାକୁ ଅପିଲ କରାଯାଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

ଗାଁ ପାଇଁ ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଉପକୃତ ହେବେ ଗ୍ରାମୀଣ ଯୁବକ

ନୂଆଦିଲ୍ଲୀ,୧ା୨: ରବିବାର ପୂର୍ବାହ୍ନରେ ପାର୍ଲାମେଣ୍ଟରେ ବଜେଟ୍‌ ୨୦୨୬-୨୭ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଲଗାତର ୯ମ ଥର ପାଇଁ ବଜେଟ ଆଗତ…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri