Krushna Chandra Patra: ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏଣିକି ପ୍ରତି ବ୍ଲକ୍‌ରେ ହେବ…

ଭୁବନେଶ୍ୱର,୧୭ା୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଚାଷୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ପ୍ରତି ବ୍ଲକରେ ଗୋଟିଏ ଲେଖାଏ ଶୀତଳଭଣ୍ଡାର ଖୋଲାଯିବ। ଫଳରେ ଚାଷୀଙ୍କ କଷ୍ଟ ଉପାର୍ଜିତ ଖାଦ୍ୟଶସ୍ୟ ନଷ୍ଟ ହେବ ନାହିଁ। ଏଥିସହିତ ସଠିକ୍‌ ମୂଲ୍ୟ ମଧ୍ୟ ମିଳିବ।

ଚାଷୀଙ୍କ ଅତିରିକ୍ତ ଉତ୍ପାଦକୁ ଷ୍ଟୋର କରି ରଖିବା ପାଇଁ ପ୍ରତି ବ୍ଲକରେ ଶୀତଳଭଣ୍ଡାର ଖୋଲାଯିବ। ଯେଉଁଠି ମଣ୍ଡି ବ୍ୟବସ୍ଥା ନାହିଁ, ସେଠି ମଣ୍ଡି ବ୍ୟବସ୍ଥା ଆରମ୍ଭ ହେବ। କଟ୍‌ନି ଛଟ୍‌ନି ବନ୍ଦ କରିବାରେ ସରକାର ସଫଳ ହୋଇଥିବା ମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷରେ ସୋମବାର  ଓଡ଼ିଶା ବଜେଟ୍‌। ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ନେଇ ଅନେକ ଚର୍ଚ୍ଚା ଚାଲିଛି । ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟର ଆକାର ପ୍ରାୟ ୩୦ ହଜାର କୋଟି ବୃଦ୍ଧି ହେବ ବୋଲି ଆକଳନ କରାଯାଉଛି। ଫଳରେ ବ୍ୟୟବରାଦ ୩ ଲକ୍ଷ କୋଟି ଟଙ୍କା ଛୁଇଁବା ସମ୍ଭାବନା ରହିଛି।

୨୦୨୫-୨୬ ଆର୍ଥିକବର୍ଷ ବଜେଟରେ ନିଯୁକ୍ତି ଓ ଉତ୍ପାଦନ ଉପରେ ମୋହନ ସରକାର ଗୁରୁତ୍ୱ ଦେଇପାରନ୍ତି। ଗାଁରେ ଆର୍ଥିକ ସ୍ରୋତ ସୃଷ୍ଟି କରିବାକୁ ସରକାର ନୂଆ ଯୋଜନା ଆଣିପାରନ୍ତି ବୋଲି ବିଶେଷଜ୍ଞମାନେ କହୁଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଲୋକମତ, ଅର୍ଥନୀତି ବିଶେଷଜ୍ଞ, ପୂର୍ବତନ ଅର୍ଥମନ୍ତ୍ରୀ ଓ ଅର୍ଥ ସଚିବଙ୍କ ପରାମର୍ଶରେ ବଜେଟ ପ୍ରସ୍ତୁତ ହୋଇଛି। ଭାଜପାର ନିର୍ବାଚନୀ ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଗୁରୁତ୍ୱ ଦେଇ ବଜେଟରେ ଅର୍ଥ ବ୍ୟୟବରାଦ ହୋଇଥିବା ଆଶା କରାଯାଉଛି। କୃଷକଙ୍କ ଆୟ ବୃଦ୍ଧି ଏବଂ ମହିଳା ସଶକ୍ତୀକରଣ ଉପରେ ମୋହନ ସରକାର ଗୁରୁତ୍ୱ ଦେଉଥିବାରୁ ଏଥିପାଇଁ ବଜେଟରେ ବିଶେଷ ଧ୍ୟାନ ଦିଆଯାଇଥାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri