ମନ୍ତ୍ରୀଙ୍କ ବଡ଼ ଘୋଷଣା: ୩ ବର୍ଷ ମଧ୍ୟରେ ୫ ଲକ୍ଷ ଅନ୍ତ୍ୟୋଦୟ ଗୃହ ଯୋଗାଇ ଦେବୁ

କେସିଙ୍ଗା,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି କଲ୍ୟାଣ ମଣ୍ଡପଠାରେ ଗୁରୁବାର ଭାଜପାର ଏକ ଜନସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଭାରତ ମାତାଙ୍କ ଫଟୋଚିତ୍ରରେ ଦୀପ ପ୍ରଜ୍ୱଳନ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।

ମୁଖ୍ୟ ଅତିଥି ମନ୍ତ୍ରୀ ଗଣ୍ଡ ଡବଲ ଇଞ୍ଜିନ ସରକାରଙ୍କ ୯ମାସର ସଫଳତା ବିଷୟରେ ସୂଚନା ଦେଇଥିଲେ। ସୁଭଦ୍ର ଯୋଜନା, ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ କର୍ପସ ଫଣ୍ଡ ବ୍ୟବସ୍ଥା କରାଯାଇଥିବା କହିଥିଲେ। ଗରିବଙ୍କୁ ୨୩ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରଦାନ କରାଯାଇଥିବାବେଳେ ଆଉ ୪ଲକ୍ଷ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ। ଆସନ୍ତା ୩ବର୍ଷ ମଧ୍ୟରେ ୫ଲକ୍ଷ ଅନ୍ତ୍ୟୋଦୟ ଯୋଜନା ଗୃହ ଯୋଗାଇଦେବା ପାଇଁ ମନ୍ତ୍ରୀ ଘୋଷଣା କରିଥିଲେ। ବୃଦ୍ଧାବୃଦ୍ଧ ଓ ବିକଳାଙ୍ଗଙ୍କୁ ୩୫୦୦ ଟଙ୍କା ଯୋଗାଇ ଦିଆଯାଇଥିବାବେଳେ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ସହ ମାଣ୍ଡିଆ ଲଡୁ ବଣ୍ଟନ ଆଦି ବିଷୟରେ କହିଥିଲେ। ଶିକ୍ଷାର ବିକାଶ ପାଇଁ ରାଜ୍ୟରେ ଜାତୀୟ ଶିକ୍ଷାନୀତି ଲାଗୁ କରାଯାଇଥିବା ପ୍ରକାଶ କରିଥିଲେ। ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଖଡ଼ି ଛୁଆଁ, ଶିଶୁ ବାଟିକା ଆରମ୍ଭ କରାଯାଇଛି। ୪୬୨ ସ୍କୁଲରେ ପିଏମ୍‌ଶ୍ରୀ ଯୋଜନା ଲାଗୁ କରାଯିବା ସହ ଶହୀଦ ଲକ୍ଷ୍ମଣାନନ୍ଦ ନାଏକଙ୍କ ନାମରେ ଆଦର୍ଶ ସ୍କୁଲ ଖୋଲାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ।

ଏହି ସମାବେଶରେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର, ପୂର୍ବତନ ବିଧାୟକ ଅନାମ ନାଏକ, ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ବିଜେଡି, କଂଗ୍ରେସର ପ୍ରାୟ ୫୦ଜଣ କର୍ମୀ ଭାଜପାରେ ଯୋଗଦେଇଥିଲେ। ଜିଲା ସଭାପତି ଯୁଗଳ କିଶୋର ପୋଢ଼ ପ୍ରାରମ୍ଭିକ ସୂଚନା ଦେଇଥିବାବେଳେ ଜିଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ ମଞ୍ଚ ପରିଚାଳନା କରିଥିଲେ। ପ୍ରାରମ୍ଭରେ ମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ କର୍ମୀମାନେ ସଭାସ୍ଥଳକୁ ପାଛୋଟି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri