ମନ୍ତ୍ରୀଙ୍କ ବଡ଼ ଘୋଷଣା: ୩ ବର୍ଷ ମଧ୍ୟରେ ୫ ଲକ୍ଷ ଅନ୍ତ୍ୟୋଦୟ ଗୃହ ଯୋଗାଇ ଦେବୁ

କେସିଙ୍ଗା,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି କଲ୍ୟାଣ ମଣ୍ଡପଠାରେ ଗୁରୁବାର ଭାଜପାର ଏକ ଜନସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଭାରତ ମାତାଙ୍କ ଫଟୋଚିତ୍ରରେ ଦୀପ ପ୍ରଜ୍ୱଳନ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।

ମୁଖ୍ୟ ଅତିଥି ମନ୍ତ୍ରୀ ଗଣ୍ଡ ଡବଲ ଇଞ୍ଜିନ ସରକାରଙ୍କ ୯ମାସର ସଫଳତା ବିଷୟରେ ସୂଚନା ଦେଇଥିଲେ। ସୁଭଦ୍ର ଯୋଜନା, ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ କର୍ପସ ଫଣ୍ଡ ବ୍ୟବସ୍ଥା କରାଯାଇଥିବା କହିଥିଲେ। ଗରିବଙ୍କୁ ୨୩ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରଦାନ କରାଯାଇଥିବାବେଳେ ଆଉ ୪ଲକ୍ଷ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ। ଆସନ୍ତା ୩ବର୍ଷ ମଧ୍ୟରେ ୫ଲକ୍ଷ ଅନ୍ତ୍ୟୋଦୟ ଯୋଜନା ଗୃହ ଯୋଗାଇଦେବା ପାଇଁ ମନ୍ତ୍ରୀ ଘୋଷଣା କରିଥିଲେ। ବୃଦ୍ଧାବୃଦ୍ଧ ଓ ବିକଳାଙ୍ଗଙ୍କୁ ୩୫୦୦ ଟଙ୍କା ଯୋଗାଇ ଦିଆଯାଇଥିବାବେଳେ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ସହ ମାଣ୍ଡିଆ ଲଡୁ ବଣ୍ଟନ ଆଦି ବିଷୟରେ କହିଥିଲେ। ଶିକ୍ଷାର ବିକାଶ ପାଇଁ ରାଜ୍ୟରେ ଜାତୀୟ ଶିକ୍ଷାନୀତି ଲାଗୁ କରାଯାଇଥିବା ପ୍ରକାଶ କରିଥିଲେ। ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଖଡ଼ି ଛୁଆଁ, ଶିଶୁ ବାଟିକା ଆରମ୍ଭ କରାଯାଇଛି। ୪୬୨ ସ୍କୁଲରେ ପିଏମ୍‌ଶ୍ରୀ ଯୋଜନା ଲାଗୁ କରାଯିବା ସହ ଶହୀଦ ଲକ୍ଷ୍ମଣାନନ୍ଦ ନାଏକଙ୍କ ନାମରେ ଆଦର୍ଶ ସ୍କୁଲ ଖୋଲାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ।

ଏହି ସମାବେଶରେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର, ପୂର୍ବତନ ବିଧାୟକ ଅନାମ ନାଏକ, ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ବିଜେଡି, କଂଗ୍ରେସର ପ୍ରାୟ ୫୦ଜଣ କର୍ମୀ ଭାଜପାରେ ଯୋଗଦେଇଥିଲେ। ଜିଲା ସଭାପତି ଯୁଗଳ କିଶୋର ପୋଢ଼ ପ୍ରାରମ୍ଭିକ ସୂଚନା ଦେଇଥିବାବେଳେ ଜିଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ ମଞ୍ଚ ପରିଚାଳନା କରିଥିଲେ। ପ୍ରାରମ୍ଭରେ ମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ କର୍ମୀମାନେ ସଭାସ୍ଥଳକୁ ପାଛୋଟି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri