ମନ୍ତ୍ରୀଙ୍କ କୁଶପୁତ୍ତଳିକା ପୋଡ଼ିଲେ

ଭବାନୀପାଟଣା/କୋକସରା,୮।୧୧(ସ୍ବ.ପ୍ର./ଡି.ଏନ.ଏ.): ମମିତା ମେହେର ହତ୍ୟାକାଣ୍ଡ ନେଇ କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଭାଜପା ବିକ୍ଷୋଭ କରିବା ସହ ମୁଖ୍ୟମନ୍ତ୍ରୀ ଓ ୨ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଛି। ଜୁନାଗଡରେ ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେରଙ୍କ ନେତୃତ୍ୱରେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମେତ ଗୃହରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ମମିତାଙ୍କୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ, ଗୃହ ରାଷ୍ଟ୍ରମନ୍ତ୍ରୀ ଓ ଆଇନ ମନ୍ତ୍ରୀଙ୍କୁ ସାମାଜିକ ବାସନ୍ଦ ଘୋଷଣା କରାଯାଇଛି। ମମିତା ମେହେରଙ୍କୁ ଯେଭଳି ଭାବେ ସୁଚିନ୍ତିତ ହତ୍ୟା କରାଯାଇଛି ତାହା ଓଡିଶା ପାଇଁ ଏକ କଳଙ୍କ ବୋଲି କହିଛି ଭାଜପା। ସେହିପରି ଏଥିରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ମିଶ୍ରଙ୍କ ସମ୍ପୃକ୍ତି ରହିଥିବାରୁ ତାଙ୍କୁ ତୁରନ୍ତ ବହିସ୍କାର ଓ ଗିରଫ ଦାବି କରାଯାଇଛି। ଏହି ବିକ୍ଷୋଭରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ଜିଲା ପୌରାଞ୍ଚଳ ସଂଯୋଜକ ମୁକେଶ ଅଗ୍ରୱାଲ, ବ୍ଲକ ଉପାଧ୍ୟକ୍ଷ ଟଙ୍କଧର ନାଏକ, ଜିଲା ଉପସଭାପତି ଅଜୟ ପାଣିଗ୍ରାହୀ, କାଳୀପ୍ରସାଦ ରାୟଗୁରୁ, ଜିଲା ସମ୍ପାଦକ ସତ୍ୟ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। କୋକସରା ମଣ୍ଡଳ ସଭାପତି ତ୍ରିନାଥ ବାଗଙ୍କ ଅଧ୍ୟକ୍ଷତାରେ ଗୋଦାବରୀଶ ପାତ୍ର, କୁନ୍ତି ପାଲ, ଦୁର୍ଗା ପ୍ରସାଦ ପ୍ରଧାନୀ, ଗଣେଶ ନନ୍ଦ, ଅର୍ଜୁନ ଭାଟି, ସମ୍ପାଦକ ମଧୁବନ ପାତ୍ର ପ୍ରମୁଖ ଭାଜପା କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri