ମନ୍ତ୍ରୀଙ୍କୁ ମିଳିଲା ଚାମ୍ବର:ଜାଣନ୍ତୁ କିଏ କେଉଁଠି ବସିବେ

ଭୁବନେଶ୍ୱର,୧୯ା୬(ଅନିଲଦାସ):ଭାଜପା ସରକାରର ମନ୍ତ୍ରୀମାନଙ୍କୁ ମଙ୍ଗଳବାର ଲୋକସେବା ଭବନରେ ଅଫିସ କାର୍ଯ୍ୟ ପାଇଁ ରୁମ୍‌ ଆବଣ୍ଟିତ ହୋଇଛି। ମନ୍ତ୍ରିମଣ୍ଡଳର ୧୫ ଜଣ ମନ୍ତ୍ରୀଙ୍କୁ ଲୋକସେବା ଭବନ ମନ୍ତ୍ରୀ କରିଡ଼ରର ପ୍ରଥମ ଓ ଦ୍ୱିତୀୟ ମହଲାରେ କାର୍ଯ୍ୟାଳୟ ପାଇଁ ରୁମ ମିଳିଛି। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ନିଜେ ବସିବେ ଓ ଦ୍ୱିତୀୟ ମହଲାରେ ୬ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟ ରହିବ।
ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଜାରି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ଲୋକସେବା ଭବନସ୍ଥିତ ଦ୍ୱିତୀୟ ମହଲାର ମନ୍ତ୍ରୀ କରିଡରରେ ରୁମ୍‌ ନମ୍ବର ୨୩ ଓ ୨୪ ଆବଣ୍ଟିିତ ହୋଇଥିବା ବେଳେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକଙ୍କୁ ଦ୍ୱିତୀୟ ମହଲାରେ ରୁମ୍‌ ନମ୍ବର ୨ ଓ ୩, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଦ୍ୱିତୀୟ ମହଲାର ରୁମ୍‌ ନମ୍ବର ୪ ଓ ୫ , ପୂର୍ତ୍ତ ମନ୍ତ୍ରୀ ପୃଥିୀରାଜ ହରିଚନ୍ଦନଙ୍କୁ ଦ୍ୱିତୀୟ ମହଲାର ରୁମ ନମ୍ବର ୧୦ ଓ ୧୧, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ରୁମ୍‌ ନମ୍ବର ୧୯ ଓ ୨୦, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ରୁମ ନମ୍ବର ୨୧ ଓ ୨୨ ଆବଣ୍ଟିତ ହୋଇଛି। ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଲୋକସେବା ଭବନର ପ୍ରଥମ ମହଲାର ମନ୍ତ୍ରୀ କରିଡ଼ର ରୁମ ନମ୍ବର ୧୬,୧୭ ଓ ୧୮ ନମ୍ବର ରୁମ୍‌ ଆଣ୍ଟିଟିତ ହୋଇଥିବା ବେଳେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ପ୍ରଥମ ମହଲାର ରୁମ ନମ୍ବର ୧୯,୨୦ ଓ ୩ ନମ୍ବର ରୁମ୍‌ ଦିଆଯାଇଛି। ଖାଦ୍ୟଯୋଗାଣ ଓ ଖାଉଟି ବ୍ୟାପାର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ପ୍ରଥମ ମହଲାର ରୁମ ନମ୍ବର ୧ ଓ ୨, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆଙ୍କୁ ପ୍ରଥମ ମହଲାର ରୁମ ନମ୍ବର ୮ ଓ ୧୩, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରଥମ ମହଲାର ରୁମ୍‌ ନମ୍ବର ୬ ଓ ୭, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କୁ ପ୍ରଥମ ମହଲାର ରୁମ୍‌ ନମ୍ବର ୧୧ ଓ ୧୨, ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ ପ୍ରଥମ ମହଲାର ରୁମ ନମ୍ବର ୧୪ ଓ ୧୫ ଏବଂ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁଙ୍କୁ ପ୍ରଥମ ମହଲାର ରୁମ୍‌ ନମ୍ବର ୪ ଓ ୫ ବଣ୍ଟନ କରାଯାଇଛି। ଏହିସବୁ ରୁମ୍‌ ଆବଣ୍ଟିତ ହେବାପରେ ଖୁବଶୀଘ୍ର ମନ୍ତ୍ରୀମାନଙ୍କ ହିସାବରେ ସରକାରଙ୍କ ପକ୍ଷରୁ ଆବଶ୍ୟକ ମରାମତି ଓ ନବୀକରଣ କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri