ମନ୍ତ୍ରୀମାନଙ୍କୁ ମିଳିଲା ଦାୟିତ୍ୱ, ନୂଆ CM ଙ୍କ ପାଖରେ ଗୃହ, ଅର୍ଥ

ଭୁବନେଶ୍ୱର,୧୬ା୬ (ଅନିଲ ଦାସ)ଓଡ଼ିଶାରେ ପ୍ରଥମ ଭାଜପା ସରକାର ଗଠନ ହେବାର ୩ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜ୍ୟପାଳ ରଘୁବର ଦାସଙ୍କ ଅନୁମୋଦନ ପରେ ଶନିବାର ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପାଖରେ ମୋଟ ୬ଟି ବିଭାଗ ରହିଛି। ଆଗାମୀ ଦିନରେ ମନ୍ତ୍ରିମଣ୍ଡଳରେ ଆଉ କେତେଜଣ ସଦସ୍ୟଙ୍କୁ ସାମିଲ କରାଯାଇ କିଛି ବିଭାଗ ଆବଣ୍ଟନ କରାଯାଇପାରେ ବୋଲି ଜଣାପଡ଼ିଛି।

ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସହିତ ଶକ୍ତି ବିଭାଗ ଦିଆଯାଇଥିବାବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁବିକାଶ, ମିଶନଶକ୍ତି ଓ ପର୍ଯ୍ୟଟନ ବିଭାଗ ଦାୟିତ୍ୱ ମିଳିଛି। କ୍ୟାବିନେଟ ମନ୍ତ୍ରୀମାନଙ୍କ ମଧ୍ୟରୁ ସୁରେଶ ପୂଜାରୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମିଳିଥିବାବେଳେ ରବିନାରାୟଣ ନାୟକଙ୍କୁ ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ନିତ୍ୟାନନ୍ଦ ଗଣ୍ଡଙ୍କୁ ସ୍କୁଲ ଓ ଗଣଶିକ୍ଷା, ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରି ବିଭାଗ ମିଳିଛି। ସେହିପରି ପୃଥ୍ବୀରାଜ ହରିଚନ୍ଦନଙ୍କୁ ଆଇନ, ପୂର୍ତ୍ତ ଏବଂ ଅବକାରୀ ବିଭାଗ ଦାୟିତ୍ୱ ମିଳିଥିବାବେଳେ ମୁକେଶ ମହାଲିଙ୍ଗଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, ବିଭୂତି ଭୂଷଣ ଜେନାଙ୍କୁ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ବିଭାଗ, କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଦାୟିତ୍ୱ ମିଳିଛି।

ସେହିପରି ରାଷ୍ଟ୍ରପାହ୍ୟା(ସ୍ବାଧୀନ) ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସହିତ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ପ୍ରଦାନ କରାଯାଇଥିବାବେଳେ ସୂର୍ଯ୍ୟବଂଶୀ ସୁରଜଙ୍କୁ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ, ପ୍ରଦୀପ ବଳସାମନ୍ତଙ୍କୁ ସମବାୟ, ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ, ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଏବଂ ସୂକ୍ଷ୍ମ, ଅଣୁ ଓ ମଧ୍ୟମ ଉଦ୍ୟୋଗ ବିଭାଗ ଏବଂ ସମ୍ପଦ ଚରଣ ସ୍ବାଇଁଙ୍କୁ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଦାୟିତ୍ୱ ମିଳିଛି।

ନୂଆ ମନ୍ତ୍ରିମଣ୍ଡଳରେ କେବଳ କନକବର୍ଦ୍ଧନ ସିଂଦେଓଙ୍କ ବ୍ୟତୀତ ଅନ୍ୟ ସମସ୍ତ ମନ୍ତ୍ରୀ ନୂଆକରି ଦାୟିତ୍ୱ ନେଇଛନ୍ତି। କନକବର୍ଦ୍ଧନ ୨୦୦୯ରେ ବିଜେଡି-ଭାଜପା ମିଳିତ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ ୨୨ଜଣ (ବିଧାନସଭା ସଦସ୍ୟଙ୍କ ୧୫ ପ୍ରତିଶତ) ମନ୍ତ୍ରୀ ରହିବା ବ୍ୟବସ୍ଥା ରହିଛି। ମୁଖ୍ୟମନ୍ତ୍ରୀ ଏବଂ ୨ ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ନୂଆ ମନ୍ତ୍ରିମଣ୍ଡଳର ସଦସ୍ୟଙ୍କ ସଂଖ୍ୟା ୧୬ରେ ସୀମିତ ରହିଛି। ପରବର୍ତ୍ତୀ ସମୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?