ନୀଳ ଗାମୁଛାକୁ ମନ୍ତ୍ରୀ, ଏମ୍‌ପିଙ୍କ…

ଛତ୍ରପୁର,୯ା୧୦(ସନ୍ତୋଷ ପାଢ଼ୀ): ଦୀର୍ଘ ୧୫ ମାସ ପରେ ବୁଧବାର ଗଞ୍ଜାମ ଜିଲା ପରିଷଦ ବୈଠକ ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ପ୍ରତି ୩ ମାସକୁ ଥରେ ଜିଲା ପରିଷଦ ବୈଠକ ବସିବା ନିୟମ ଥିଲା ବେଳେ ଗଞ୍ଜାମରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଗତବର୍ଷ ଜୁଲାଇରେ ଭିସି ମାଧ୍ୟମରେ ବୈଠକ ବସିଥିଲା। ଗତ ମାସରେ କନିଷ୍ଠ ଶିକ୍ଷକ ତାଲିକା ଅନୁମୋଦନ ନେଇ ସ୍ବତନ୍ତ୍ର ବୈଠକ ଆୟୋଜିତ ହୋଇଥିଲା। ଜ଼ିଲା ପରିଷଦ ବୈଠକ ବର୍ଷେ ହେଲା ହୋଇ ନ ଥିବା ଦର୍ଶାଇ ବିଜେଡିର ସମସ୍ତ ଜ଼ିଲା ପରିଷଦ ସଦସ୍ୟ ଅଧାରୁ ଚାଲିଯାଇଥିଲେ। ବୁଧବାର ବୈଠକରେ ବହୁ କ୍ଷେତ୍ରରେ ବ୍ୟାପକ ବ୍ୟତିକ୍ରମ ଓ ନିୟମ ବିରୋଧୀ କାର୍ଯ୍ୟ ଦେଖିବାକୁ ମିଳିଥିଲା।

ବୈଠକରେ ଜିଲା ପରିଷଦ ଅଧ୍ୟକ୍ଷା, ଉପାଧ୍ୟକ୍ଷା, ବିଜେଡି ଜିଲା ପରିଷଦ ସଭ୍ୟାସଭ୍ୟମାନେ ନୀଳ ଗାମୁଛା ବେକରେ ପକାଇ ବସିଥିବା ଦେଖିବାକୁ ମିଳିଥିଲା । ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଜେନା ଓ ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ ତାଙ୍କ ବକ୍ତବ୍ୟରେ ଉକ୍ତ ନୀଳ ଗାମୁଛାକୁ ନେଇ ସେମାନଙ୍କୁ ଆକ୍ଷେପ କରିଥିଲେ।

ଜିଲା ପରିଷଦ ଉପାଧ୍ୟକ୍ଷା ଏସ. ରାଜେଶ୍ୱରୀ ରେଡ୍ଡୀ କ୍ଷୁବ୍ଧ ହେବା ସହ ବେକରେ ନୀଳ ଗାମୁଛା ପକାଇ ବୈଠକକୁ ଆସିବା ଆମ୍ଭକୁ ଭାଜପା ବିଧାୟକମାନେ ଶିଖାଇଥିଲେ ବୋଲି କହିଥିଲେ। ଗତ ସ୍ବତନ୍ତ୍ର ବୈଠକରେ ଭାଜପା ବିଧାୟକମାନେ କମଳା ରଙ୍ଗର ଗାମୁଛା ପକାଇ ମଞ୍ଚରେ ବସିଥିଲେ, ଏହାର ଫଟୋ ଦେଖିପାରିବେ ବୋଲି ସେ ମନ୍ତ୍ରୀ ଓ ଏମ୍‌ପିଙ୍କୁ ମନେ ପକାଇ ଦେଇଥିଲେ। ସେହିପରି ମନ୍ତ୍ରୀ ଓ ଆସିକା ଏମପିଙ୍କ ପକ୍ଷରୁ ନାଲି ଗାମୁଛା ବେକରେ ପକାଇବା ନେଇ ଆକ୍ଷେପକୁ ଜିଲା ପରିଷଦ ସଭ୍ୟ ଦୀପକ ସାମଲ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri