ମନ୍ତ୍ରୀଙ୍କ ହତ୍ୟା ଘଟଣା: ଗୋପାଳଙ୍କ ଘରେ କ୍ରାଇମବ୍ରାଞ୍ଚର ୪ଜଣିଆ ଟିମ୍‌

ବ୍ରହ୍ମପୁର ଅଫିସ, ୩୧।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗତ ୨୯ ତାରିଖରେ ପୋଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ଗୁଳିକରି ହତ୍ୟା କରିଥିଲେ। ମୁଖ୍ୟମନ୍ତ୍ରୀ ଉକ୍ତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ହତ୍ୟାକାରୀ ପୋଲିସ ଏଏସ୍‌ଆଇଙ୍କ ଘର ଗଞ୍ଜାମ ଜିଲା ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଜଳେଶ୍ବରଖଣ୍ଡିରେ। ମନ୍ତ୍ରୀଙ୍କ ହତ୍ୟା ଘଟଣା ପଛରେ ହତ୍ୟାକାରୀ ପୋଲିସ ଗୋପାଳକୃଷ୍ଣଙ୍କ ବ୍ରହ୍ମପୁରରେ ରହୁଥିବା ତାଙ୍କ ପରିବାରଙ୍କ ସହ କ’ଣ ଲିଙ୍କ୍‌ ରହିଛି କି ନାହିଁ ସେ ନେଇ ଅଧିକ ତଥ୍ୟ ହାସଲ କରିବା ପାଇଁ ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚ ଟିମ୍‌ ମଙ୍ଗଳବାର ମଧ୍ୟାହ୍ନରେ ପହଞ୍ଚିଛି।
ଡିଏସ୍‌ପି ଶିଶିର ମିଶ୍ରଙ୍କ ଅଧ୍ୟକ୍ଷତାରେ ୪ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ଜଳେଶ୍ୱରଖଣ୍ଡିରେ ରହୁଥିବା ଗୋପାଳକୃଷ୍ଣଙ୍କ ସ୍ତ୍ରୀ ଜୟନ୍ତୀଙ୍କୁ ଭେଟି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ଜୟନ୍ତୀଙ୍କ ସହ, ତାଙ୍କ ଝିଅ ଓ ପୁଅ ମଧ୍ୟ ସେଠାରେ ରହୁଛନ୍ତି। ଉକ୍ତ ଟିମ୍‌ ମନ୍ତ୍ରୀ ହତ୍ୟାକାଣ୍ଡ ଘଟଣାର ବିଭିନ୍ନ ଦିଗକୁ ଆଧାର କରି ଜୟନ୍ତୀଙ୍କୁ ପଚାରିଥିଲେ। ଏପରିକି ଜୟନ୍ତୀଙ୍କ ସ୍ବାମୀ ଘଟଣା ଦିନ କେଉଁ ସମୟରେ ତାଙ୍କୁ ଫୋନ କରିଥିଲା ଓ ସେ ତାଙ୍କ ସହ କଣ କଣ କଥାବର୍ତ୍ତା ହୋଇଥିଲେ ସେ ନେଇ ପଚରାଉଚରା ଚାଲିଥିବା ଜଣାପଡିଛି। ଘରେଥିବା ସମସ୍ତ ସଦସ୍ୟଙ୍କୁ ଠାରୁ ପୃଥକ ପୃଥକ ଭାବେ ଉକ୍ତ ଟିମ୍‌ ତଥ୍ୟ ହାସଲ କାରିଛି। ଏ ନେଇ କ୍ରାଇମବ୍ରାଞ୍ଚ ଡିିଏସ୍‌ପି ଦାସ ଖବରଦାତାଙ୍କୁ କହିଛନ୍ତି ଯେ, ମନ୍ତ୍ରୀଙ୍କ ହତ୍ୟା ଘଟଣାର ବ୍ରହ୍ମପୁର ଲିଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri