Odisha Elections 2024
Posted inଜାତୀୟ

ମନ୍ତ୍ରୀଙ୍କ ସଚିବ ଗିରଫ: ସହାୟକଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

ରାଞ୍ଚତ୍,୮।୫:ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ୩୫.୨୩ କୋଟି ଟଙ୍କା ଜବତ କରିଥିଲା। ଏହି ମାମଲାରେ ସଞ୍ଜୀବ ଏବଂ ଜାହାଙ୍ଗୀରଙ୍କୁ ଇଡି ଜେରା କରିବା ପରେ ମନିଲଣ୍ଡରିଂ ପ୍ରତିକାର ଆଇନ (ପିଏମ୍‌ଏଲ୍‌ଏ) ବଳରେ ଗିରଫ କରିବା ପରେ ୬ ଦିନିଆ ରିମାଣ୍ଡରେ ନେଇଛି।
ଗ୍ରାମାଞ୍ଚଳ ବିକାଶ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ବୀରେନ୍ଦ୍ର ରାମଙ୍କ ୬ଟି ସ୍ଥାନରେ ଥିବା ଘର ଉପରେ ଇଡି ଚଢ଼ାଉ ଚଳାଇଥିବାବେଳେ ଜାହାଙ୍ଗୀରଙ୍କ ଘରେ ତଲାସି ନିଆଯାଇଥିଲା। ସରକାରୀ ଯୋଜନା କାର୍ଯ୍ୟକାରୀ କରିବାରେ ଅନିୟମିତତା ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ରାମ ଜେଲରେ ଅଛନ୍ତି। ଚଢ଼ାଉ ବେଳେ ଜାହାଙ୍ଗୀରଙ୍କ ଫ୍ଲାଟ୍‌ରୁ ୩୧.୨୦ କୋଟି ଟଙ୍କା ଜବତ ହୋଇଥିବାବେଳେ ସଞ୍ଜୀବଙ୍କ ଘନିଷ୍ଠ ସହଯୋଗୀ ବିଲ୍ଡର ମୁନ୍ନା ସିଂଙ୍କ ଘରୁ ୨.୯୩ କୋଟି ଟଙ୍କା ମିଳିଥିଲା। ମଙ୍ଗଳବାର ଇଡି ରାଞ୍ଚତ୍ର ୫ଟି ସ୍ଥାନରେ ସାନି ଚଢ଼ାଉ କରି ଠିକାଦାର ରାଜୀବ କୁମାର ସିଂଙ୍କ ଘରୁ ୧.୫ କୋଟି ଟଙ୍କା ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

ନୂଆ ଆପରାଧିକ ଆଇନ ବିରୋଧରେ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୫: ତିନୋଟି ନୂତନ ଆପରାଧିକ ଆଇନ ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ସୋମବାର ସୁପ୍ରିମକୋର୍ଟ ଏହି ପିଟିସନର ଶୁଣାଣି କରିବେ। ନୂତନ ଆପରାଧିକ...

ଫାରୁକ ଅବଦୁଲ୍ଲାଙ୍କ ରାଲିରେ ଛୁରାମାଡ, ୨ କର୍ମୀ ଆହତ

ଜମ୍ମୁ,୧୯।୫: ରବିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର ମେହେନ୍ଦରରେ ଏକ ନିର୍ବାଚନ ରାଲିରେ ଅଜ୍ଞାତ ବ୍ୟକ୍ତିଙ୍କ ଛୁରାମାଡରେ ତିନିଜଣ ନ୍ୟାଶନାଲ କନଫରେନ୍ସ (ଏନସି) କର୍ମୀ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri