ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା: ମନ୍ତ୍ରୀପଦ ପାଇଁ ୫୧ ବର୍ଷ ଅପେକ୍ଷାରେ କୋରେଇବାସୀ

ଯାଜପୁର,୨୨ା୭(ହର୍ଷବର୍ଦ୍ଧନ ବେହେରା):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରାଜ୍ୟପାଳ ହରିବାବୁ କମ୍ଭମ୍‌ପାଟିଙ୍କୁ ଭେଟି ଆଲୋଚନା କରିବା ପରେ ରାଜ୍ୟରେ ମନ୍ତ୍ରୀପଦ ସମ୍ପ୍ରସାରଣ ଚର୍ଚ୍ଚା ଜୋର ଧରିଛି। ଯାଜପୁର ଜିଲାର ବ୍ୟାସନଗର ପୌର ପରିଷଦକୁ ନେଇ ୧୯୭୪ରେ କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀ ଗଠନ ହେବା ଦିନଠାରୁ ଅର୍ଥାତ ୫୧ ବର୍ଷ ହେଲା କୋରେଇବାସୀ ମନ୍ତ୍ରୀ ପଦ ପାଇନାହାନ୍ତି। ଫଳରେ କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହର ସମେତ କୋରେଇ ଗ୍ରାମାଞ୍ଚଳର ବିକାଶ ପ୍ରକ୍ରିୟା ପରାହତ ହୋଇଛି। ତେଣୁ ଗତ ନିର୍ବାଚନରେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ମା’ ସନ୍ଧ୍ୟାରାଣୀ ଦାସଙ୍କୁ ପରାଜିତ କରିଥିବା ଭାଜପା ନେତା ଆକାଶ ଦାସନାୟକଙ୍କୁ ଏଥର ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।
ଯାଜପୁର ଜିଲାରେ ପ୍ରାକୃତିକ ସମ୍ପଦ ଭରି ରହିଛି। ଶିଳ୍ପ କ୍ଷେତ୍ରରେ ମଧ୍ୟ ଏହି ଜିଲା ଅଗ୍ରଣୀ। କିନ୍ତୁ ନଗଡ଼ା ଅପପୁଷ୍ଟି ଭଳି ବଦନାମ ରହିଛି। ସେହିପରି ଅଧାପନ୍ତରିଆ ପୋଲ, ସ୍ଥାନୀୟ ଯୁବତୀଯୁବକଙ୍କୁ ଜିଲାରେ ନିଯୁକ୍ତି ନ ମିଳିବା, ବିପର୍ଯ୍ୟସ୍ତ ଶିକ୍ଷା ଓ ସ୍ବାସ୍ଥ୍ୟ, ବିଶୁଦ୍ଧ ପାନୀୟ ଜଳ ନ ମିଳିବା ଆଦି ସମସ୍ୟା ରହିଆସିଛି। ଏସବୁର ସମାଧାନ ଦିଗରେ ରାଜ୍ୟ ଶାସନରେ ପ୍ରତ୍ୟକ୍ଷ ଭାବେ ସାମିଲ ଥିବା ନେତା ଓ ପ୍ରଶାସକଙ୍କ ଆନ୍ତରିକତାର ଅଭାବକୁ ଲୋକେ ଅନୁଭବ କରି ଅନେକ ସମୟରେ ଆନ୍ଦୋଳନାତ୍ମକ କାର୍ଯ୍ୟପନ୍ଥା ଆପଣାଇଛନ୍ତି। ବର୍ତ୍ତମାନ ଜିଲାରେ ୭ ବିଧାନସଭା ନିର୍ବାଚନମଣ୍ଡଳୀ(ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ ଓ ସୁକିନ୍ଦା) ରହିଛି। ଏଥିରୁ ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀ ଅନୁସୂଚିତ ଜାତିଙ୍କ ପାଇଁ ସଂରକ୍ଷିତ। ପୂର୍ବରୁ ଜିଲାରୁ ନିର୍ବାଚିତ ହେଉଥିବା ନେତା ରାଜସ୍ବ, ଶକ୍ତି, ଅର୍ଥ, ଶିକ୍ଷା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଅବକାରୀ, ମହିଳା ଓ ଶିଶୁ ବିକାଶ, କ୍ରୀଡ଼ା, କୃଷି, ପଯର୍ର୍‌ୟଟନ, ଲୋକ ସମ୍ପର୍କ ଓ ସମବାୟ ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀପଦ ସମ୍ଭାଳିଛନ୍ତି। କିନ୍ତୁ ଏହିସବୁ ବିଭାଗ ଜରିଆରେ ଜିଲାରେ ସେଭଳି ଆଖିଦୃଶିଆ ଉନ୍ନୟନମୂଳକ କାର୍ଯ୍ୟ ହୋଇପାରିନାହିଁ ବୋଲି ଲୋକେ ମତପ୍ରକାଶ କରୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସମୟରେ ଜିଲାକୁ ପ୍ରଥମ ମନ୍ତ୍ରୀପଦ ମିଳିଥିଲା। ଯାଜପୁର ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ଶାନ୍ତନୁ ଦାଶଙ୍କୁ ଏସ୍‌ସି, ଏସ୍‌ଟି ଉନ୍ନୟନ ଏବଂ ଅବକାରୀ ମନ୍ତ୍ରୀ ପଦ ମିଳିଥିଲା। ବିଜୁ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରିତ୍ୱ ସମୟରେ ଚିତ୍ତ ନାୟକ ବିଞ୍ଝାରପୁର ଆସନରୁ ବିଜୟୀ ହୋଇ ଡେପୁଟି ମନ୍ତ୍ରୀ ପଦବୀ ପାଇଥିଲେ। ନନ୍ଦିନୀ ଶତପଥୀଙ୍କ ମୁଖ୍ୟମନ୍ତ୍ରିତ୍ୱ କାଳରେ ଧର୍ମଶାଳା ଆସନରୁ ବାଙ୍କବିହାରୀ ଦାସଙ୍କୁ ରାଜସ୍ବ ମନ୍ତ୍ରୀ ପଦ ମିଳିଥିଲା। ଏହାପରେ ଯାଜପୁର ଆସନରୁ ଜଗନ୍ନାଥ ମଲ୍ଲିକ କୃଷି, ସୁକିନ୍ଦା ଆସନରୁ ଶରତ ରାଉତ ପର୍ଯ୍ୟଟନ ଓ ଲୋକ ସମ୍ପର୍କ, ବଡ଼ଚଣା ଆସନରୁ ସୀତାକାନ୍ତ ମହାପାତ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଧର୍ମଶାଳା ଆସନରୁ କଳ୍ପତରୁ ଦାଶ ପଞ୍ଚାୟତିରାଜ, ବରୀ ଆସନରୁ ଦେବାଶିଷ ନାଏକ କ୍ରୀଡ଼ା, ବଡ଼ଚଣା ଆସନରୁ ଅମର ପ୍ରସାଦ ଶତପଥୀ କୃଷି, ବିଞ୍ଝାରପୁର ଆସନରୁ ପ୍ରମିଳା ମଲ୍ଲିକ ମହିଳା ଓ ଶିଶୁ ବିକାଶ, ଯାଜପୁର ଆସନରୁ ପ୍ରଣବ ପ୍ରକାଶ ଦାସ ଶକ୍ତିମନ୍ତ୍ରୀ ହୋଇଛନ୍ତି। ତେବେ ପ୍ରଫୁଲ୍ଲ ଘଡ଼ାଇ ଜିଲାରୁ ୪ ଥର ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ହୋଇପାରିଛନ୍ତି। ଅର୍ଥ, ଶିକ୍ଷା, ସ୍ବାସ୍ଥ୍ୟ ଓ ଅବକାରୀ ମନ୍ତ୍ରୀ ଭାବେ ତାଙ୍କୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବସ୍ଥାପିତ କରିଥିଲେ। ଏବେକାର ଭାଜପା ସରକାର ସମୟରେ ସୁକିନ୍ଦା ଆସନରୁ ପ୍ରଥମ କରି ବିଧାୟକ ହୋଇଥିବା ପ୍ରଦୀପ ବଳସାମନ୍ତ ସମବାୟ, ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ହୋଇଛନ୍ତି। ତେବେ କୋରେଇବାସୀଙ୍କ ପାଇଁ ମନ୍ତ୍ରୀପଦ ଏଯାଏ ସପନ ହୋଇଛି। ଗତ ଦୁଇ ଦଶନ୍ଧି ହେଲା ଜଣେ ନେତା ଦ୍ୱିତୀୟ ଥର ବିଧାୟକ ହୋଇ ନ ଥିବାବେଳେ ଆକାଶ ୨୦୧୪ ଓ ୨୦୨୪ରେ ନିର୍ବାଚିତ ହୋଇପାରିଛନ୍ତି। ଏହିକ୍ରମରେ କୋରେଇ ନିର୍ବାଚନମଣ୍ଡଳୀରେ ପ୍ରସ୍ତାବିତ ନୂତନ ଆଧୁନିକ ବସଷ୍ଟାଣ୍ଡ, ୧୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା, ବ୍ୟାସନଗରକୁ ସବ୍‌ଡିଭିଜନ ମାନ୍ୟତା, ପାଟରଙ୍ଗା ଓ ତଳଗଡ଼ ପଞ୍ଚାୟତରେ କଲ୍ୟାଣ ମଣ୍ଡପ, ଶ୍ରମିକ ଆଶ୍ରୟସ୍ଥଳୀ, ରେଲୱେ ଓଭରବ୍ରିଜ୍‌, କୋରେଇ ଭବନ, ରାଜୀବ ଗାନ୍ଧୀ ଷ୍ଟାଡିୟମର ଉନ୍ନତୀକରଣ, ଛୋଟରାୟପୁର ମିନି ଷ୍ଟାଡିୟମ୍‌, ଏନ୍‌ସି କଲେଜ ପଡ଼ିଆକୁ ଷ୍ଟାଡିୟମ କରାଯିବା ଭଳି ପ୍ରକଳ୍ପ ନିର୍ମାଣ ଆକାଶଙ୍କ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri