ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସମ୍ଭାବନା: ଭଞ୍ଜନଗର ବିଧାୟକଙ୍କୁ ମନ୍ତ୍ରୀ କରିବା ଦାବି ତେଜିଲା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ)-ରାଜ୍ୟ ମନ୍ତ୍ରିମଣ୍ଡଳରେ ବର୍ତ୍ତମାନର ୬ଟି ମନ୍ତ୍ରୀ ପଦବୀ ଖାଲିପଡ଼ିଛି। ଏଥିସହ ବିଭିନ୍ନ ନିଗମ ଗୁଡ଼ିକରେ ମଧ୍ୟ ଅଧକ୍ଷ ପଦବୀ ଖାଲିପଡ଼ିଛି। ନବ ନିର୍ବାଚିତ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଖୁବଶୀଘ୍ର ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ହେବାକୁ ଯାଉଛି ବୋଲି ପୁରୀଠାରେ ଗଣମାଧ୍ୟମକୁ ସୂଚନା ଦେବାପରେ ବର୍ତ୍ତମାନ ବିଭିନ୍ନ ପଦପଦବୀ ପାଇବା ପାଇଁ ଦଳୀୟ ନେତା ଏବଂ ସେମାନଙ୍କ ସମର୍ଥକମାନେ ଲବିକୁ ପୂର୍ବ ଅପେକ୍ଷା ଜୋରଦାର କରିଦେଇଛନ୍ତି। ଏହିଭଳି ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ମଧ୍ୟ ମନ୍ତ୍ରୀମଣ୍ଡଳରେ ସାମିଲ କରିବା ପାଇଁ ଭଞ୍ଜନଗରବାସୀ ଜୋରଦାର ଦାବି କରିଛନ୍ତି।

ଏନେଇ ପ୍ରଦ୍ୟୁମ୍ନଙ୍କ ସମର୍ଥକମାନେ ସୋସିଆଲ ମିଡିଆରେ ଦାବି ଉପସ୍ଥାପନ କରିଛନ୍ତି। ପ୍ରଦ୍ୟୁମ୍ନ ଜଣେ ଟାଣୁଆ ନେତା। ବିଜେଡିର ବରିଷ୍ଠ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ସେ ପରାସ୍ତ କରି ଆସିଛନ୍ତି। ସେ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ଜଣେ ବରିଷ୍ଠ କର୍ମକର୍ତ୍ତା। ରାଜ୍ୟ ବାର ଆସୋସିଏସନର ମଧ୍ୟ ଜଣେ କର୍ମକର୍ତ୍ତା। ଏଥିସହ ସେ ରାଜ୍ୟସ୍ତରୀୟ ଅନେକ ସଂସ୍ଥା ସହ ଜଡିତ। ଜଣେ ଦକ୍ଷ ସଂଗଠକ, ସମାଜସେବୀ ଓ ଆଧ୍ୟାତ୍ମିକ ପ୍ରେମୀ
ଭାବେ ସେ ପରିଚିତ। କନ୍ଧମାଳ ଲୋକସଭା କ୍ଷେତ୍ରରୁ ଜଣେ ମଧ୍ୟ ବିଧାୟକ ମନ୍ତ୍ରୀ ହୋଇନାହାନ୍ତି। ତେଣୁ ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ମଣ୍ଡଳରେ ସାମିଲ କରିବା ପାଇଁ ଭଞ୍ଜନଗରବାସୀ ଦାବୀ କରିଛନ୍ତି। ପ୍ରଦ୍ୟୁମ୍ନ ମନ୍ତ୍ରୀ ହେଲେ ଗଞ୍ଜାମ ଓ କନ୍ଧମାଳ ଜିଲା ସମେତ ଅନ୍ୟାନ୍ୟ ଜିଲାରେ ମଧ୍ୟ ଦଳୀୟ ସଂଗଠନ ବୃଦ୍ଧି ପାଇବ। ତେଣୁ ଜଗନ୍ନାଥପ୍ରସାଦ ବ୍ଲକ କ୍ଷେତମୁଣ୍ଡଳୀ ଭାଜପା ସମର୍ଥିତ ସମିତିସଭ୍ୟ ନୀଳାଚଳ ଖିଲାର ସମେତ ପ୍ରମୁଖ ସାମାଜିକ ଗଣମାଧ୍ୟମରେ ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦବୀ ଦେବାପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri