Posted inଜାତୀୟ

ବଜେଟ ପୂର୍ବରୁ ‘ହଲାଓ୍ବା ସେରିମନୀ’ ଆୟୋଜିତ କଲା ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୬।୧: କେନ୍ଦ୍ର ବଜେଟ ପ୍ରସ୍ତୁତି ପ୍ରକ୍ରିୟାର ଅନ୍ତିମ ପର୍ଯ୍ୟାୟ ପୂର୍ବରୁ ପାରମ୍ପାରିକ ‘ହଲୱା ସେରିମନୀ’ ଆୟୋଜିତ ହୋଇଛି। ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଉପସ୍ଥିତିରେ ଏହି ସମାରୋହ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ରାଜ୍ୟ ଅର୍ଥମନ୍ତ୍ରୀ ଡ. ଭାଗବତ କିଶନରାଓ କରାଡଙ୍କ ସମେତ ଅର୍ଥ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ଏବଂ ବଜେଟ ପ୍ରେସ୍‌ର ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଉପସ୍ଥିତିରେ ନର୍ଥ ବ୍ଲକରେ ସ୍ଥିତ ଅର୍ଥ ମନ୍ତ୍ରଣାଳୟରେ ହଲୱା ସମାରୋହ ଆୟୋଜିତ ହୋଇଥିଲା। ଏହାପରେ ସମସ୍ତଙ୍କୁ ହଲୱା ବଣ୍ଟନ କରାଯାଇଥିଲା। ଗତ ଦୁଇ ବର୍ଷ ଭଳି ୨୦୨୩-୨୪ର କେନ୍ଦ୍ର ବଜେଟ ମଧ୍ୟ କାଗଜବିହୀନ ବା ପେପରଲେସ୍‌ରେ ଉପସ୍ଥାପିତ ହେବ। ଫେବୃଆରୀ ୧ରେ ଏହା ଉପସ୍ଥାପିତ ହେବ। ସୀତାରାମନଙ୍କ ବଜେଟ ଭାଷଣ ସମାପ୍ତ ହେବା ପରେ ଉଭୟ ଆଣ୍ଡ୍ରଏଡ ଏବଂ ଆଇଓଏସ୍‌ ପ୍ଲାଟଫର୍ମରେ ‘ୟୁନିଅନ ବଜେଟ ମୋବାଇଲ ଆପ’ରେ ବଜେଟ ଡକ୍ୟୁମେଣ୍ଟ ଉପଲବ୍ଧ ହେବ ବୋଲି ଅର୍ଥ ମନ୍ତ୍ରଣାଳୟ ବୁଧବାର ଟୁଇଟ କରି ସୂଚନା ଦେଇଥିଲା। ହଲୱା ସମାରୋହ ପଛରେ ବିଶ୍ୱାସ ରହିଛି କି ପ୍ରତ୍ୟେକ ଶୁଭ କାମ କରିବା ପୂର୍ବରୁ କିଛି ମିଠା ଖାଇବା ଉଚିତ୍‌। ଭାରତୀୟ ପରମ୍ପରାରେ ହାଲୱାକୁ ମଧ୍ୟ ବହୁତ ଶୁଭ ବୋଲି କୁହାଯାଇଥାଏ। ଏହି ପରମ୍ପରା ଅନୁଯାୟୀ ବର୍ତ୍ତମାନର ଅର୍ଥମନ୍ତ୍ରୀ ନିଜେ ବଜେଟ ସହିତ ଜଡିତ କର୍ମଚାରୀ, ବଜେଟ ମୁଦ୍ରଣ ସହିତ ଜଡିତ କର୍ମଚାରୀ ଏବଂ ଅର୍ଥ ଅଧିକାରୀଙ୍କୁ ହଲୱା ବଣ୍ଟନ କରନ୍ତି। ହାଲୱା ସମାରୋହ ପରେ ଅର୍ଥ ମନ୍ତ୍ରଣାଳୟର ତଳ ମହଲାରେ ଥିବା ପ୍ରିଣ୍ଟିଂ ହାଉସରେ ଗୁରୁବାରଠାରୁ ବଜେଟ ଉପସ୍ଥାପନା ପର୍ଯ୍ୟନ୍ତ ଅର୍ଥ ମନ୍ତ୍ରଣାଳୟର ୧୦୦ରୁ ଅଧିକ ଅଧିକାରୀ ଏବଂ କର୍ମଚାରୀ ରହିବେ। ବଜେଟ ଉପସ୍ଥାପିତ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ବାହାରକୁ ଆସିବାକୁ ଦିଆଯିବ ନାହିଁ। ଏଥିସହ ସେମାନେ ନିଜ ପରିବାର ସଦସ୍ୟଙ୍କ ସହିତ କୌଣସି ସମ୍ପର୍କ ରଖିବେ ନାହିଁ ଏବଂ ସେମାନଙ୍କୁ ଘରକୁ ଯିବାକୁ ମଧ୍ୟ ଅନୁମତି ଦିଆଯିବ ନାହିଁ। ଏତଦ୍‌ ବ୍ୟତୀତ ଇଣ୍ଟରନେଟ ଏବଂ ଫୋନ୍‌ର ମଧ୍ୟ କୌଣସି ବ୍ୟବସ୍ଥା ରହିବ ନାହିଁ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri