Posted inଜାତୀୟ

ସରକାରଙ୍କ ଆତଙ୍କବାଦ ଉପରେ ପ୍ରହାର, ଜୈଶ-ଏ-ମହମ୍ମଦ ସହ ଜଡିତ ପିଏଏଫଏଫକୁ ଘୋଷଣା କରାଗଲା ଆତଙ୍କବାଦୀ ସଙ୍ଗଠନ

ନୂଆଦିଲ୍ଲୀ,୭ ।୧: ଭାରତ ସରକାର ପୁଣିଥରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ଉପରେ ବଡ ପ୍ରହାର କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶୁକ୍ରବାର ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଙ୍ଗଠନ ଜୈଶ-ଏ-ମହମ୍ମଦ ସହ ଜଡିତ ‘ପିପୁଲ୍ସ ଆଣ୍ଟି ଫାସିଷ୍ଟ ଫ୍ରଣ୍ଟ’(ପିଏଏଫଏଫ)କୁ ଆତଙ୍କବାଦୀ ସଙ୍ଗଠନ ବୋଲି ଘୋଷଣା କରିଛନ୍ତି । ଜମ୍ମୁ-କଶ୍ମୀର ଓ ଅନ୍ୟ ସ୍ଥାନରେ ଆତଙ୍କବାଦୀ ଗତିବିଧି ସହ ସଂସ୍ଲିଷ୍ଟ ଥିବା ଦର୍ଶାଇ କେନ୍ଦ୍ର ସରକାର ପିଏଏଫଏଫକୁ ଆତଙ୍କବାଦୀ ସଙ୍ଗଠନ ବୋଲି ଘୋଷଣା କରିଛନ୍ତି । କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଜାରି କରାଯାଇଥିବା ନୋଟିଫିକେଶନରେ ଏ ସମ୍ପର୍କରେ ସୂଚନା ଦିଆଯାଇଛି ।
ଏହି ଅଧିସୂଚନାରେ କୁହାଯାଇଛି କି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଲସ୍କର-ଏ-ତୋଏବା ସହ ଜଡିତ ଅରବାଜ ଅହମ୍ମଦ ମିରଙ୍କୁ ଆତଙ୍କବାଦ ନିରୋଧକ ଆଇନ ବେଆଇନ ଗତିବିଧି ଅଧିନିୟମ, ୧୯୬୭ ଆଧାରରେ ଆତଙ୍କବାଦୀ ବୋଲି ଘୋଷଣା କରାଗଲା । ଅରବାଜ ଅହମ୍ମଦ ମିର ମୂଳତଃ ଜମ୍ମୁ-କଶ୍ମୀର ବାସିନ୍ଦା, ହେଲେ ଏବେ ସେ ପାକିସ୍ତାନରେ ଲୁଚି ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?