Posted inଜାତୀୟ

ହ୍ବାଟସ୍‌ଆପ୍‌ରେ ସାଇବର ଠକେଇ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୬।୨ : ଇଣ୍ଟରନେଟ ଯୁଗରେ ହ୍ବାଟସ୍‌ଆପ୍‌ର ବ୍ୟବହାର ସଭିଏଁ କରୁଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ସାରା ବିଶ୍ୱରେ ହ୍ବାଟସ୍‌ ଆପ୍‌ର ୨ ବିଲିୟନରୁ ଅଧିକ ଉପଭୋକ୍ତା ଅଛନ୍ତି। ବର୍ତ୍ତମାନ ସାଇବର ଠକମାନେ ଏହାକୁ ଟାର୍ଗେଟ କରିବା ଆରମ୍ଭ କରିଛି। ଯଦି ଆପଣ ମଧ୍ୟ ଏହିପରି କୌଣସି ମେସେଜ୍‌ ପାଆନ୍ତି, ଦୟାକରି ଏଥିରେ କ୍ଲିକ କରନ୍ତୁ ନାହିଁ।

ଏନେଇ ବାରମ୍ବାର ସତର୍କ ସୂଚନା ପ୍ରତି ମୋବାଇଲ୍‌ ୟୁଜରଙ୍କ ପାଖକୁ କଠାଯାଉଛି। କାରଣ ସେହି ଗୋଟିଏ ଲିଙ୍କରେ କ୍ଲିକ କରିବା ଦ୍ୱାରା, ୟୁଜରଙ୍କ ଆକାଉଣ୍ଟ୍‌ରୁ ଜମା ହୋଇଥିବା ପୁଞ୍ଜି କିଛି ସମୟ ମଧ୍ୟରେ ଖାଲି ହୋଇଯାଉଥିବାର ଅଭିଯୋଗ ହେଉଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ସାଇବର ସେଲ ପକ୍ଷରୁ ମଧ୍ୟ ଏହି ବିଷୟରେ ଏକ ସତର୍କ ସୂଚନା ଜାରି ହୋଇଛି।

ସାଇବର ଅପରାଧୀମାନେ ସର୍ବଦା ଲୋକଙ୍କୁ ଠକିବାର ନୂଆ ଉପାୟ ଖୋଜୁଛନ୍ତି। ୟୁଜରଙ୍କ ସହ କିପରି ଯୋଗାଯୋଗ କରିବାକୁ ହେବ ତାହା ସାଇବର ଅପରାଧୀମାନେ ଜାଣିଛନ୍ତି। ସେମାନେ ୟୁଜରଙ୍କୁ ଏକ ଅଜ୍ଞାତ ନମ୍ବରରୁ ଏକ ବାର୍ତ୍ତା ପଠାଇଥାନ୍ତି। ଯାହାକି ୟୁଜରଙ୍କ ଦୃଷ୍ଟି ଆକର୍ଷଣ କରିଥାଏ।

ବେଳେବେଳେ ୟୁଜର ଏହାକୁ ତାଙ୍କର ଘନିଷ୍ଠ ବନ୍ଧୁ କିମ୍ବା ପରିବାର ସଦସ୍ୟଙ୍କ ମେସେଜ୍‌ ବୋଲି ଭାବିଥାନ୍ତି। ବେଳେବେଳେ ଲୋଭ ବଶତଃ ବ୍ୟକ୍ତିଗତ ସୂଚନା, ବ୍ୟାଙ୍କ ବିବରଣୀ, ପ୍ୟାନ କାର୍ଡ ନମ୍ବର, ଆଧାର କାର୍ଡ ନମ୍ବର କିମ୍ବା କୌଣସି ଓଟିପି ଶେୟାର କରିଥାନ୍ତି। ତେବେ ଏଭଳି ନ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କହିଛି। କୌଣସି ସନ୍ଦେହଜନକ ଲିଙ୍କରେ ନିଜକୁ କ୍ଲିକ ନକରିବା ଆବଶ୍ୟକ। ସାଇବର ସେଲରୁ ମିଳିଥିବା ସୂଚନା ଅନୁଯାୟୀ, ସୋସିଆଲ ମିଡ଼ିଆ ସାଇଟରୁ ଏଭଳି ବହୁ ଅଭିଯୋଗ ଆସୁଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?