Posted inଜାତୀୟ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଜାରି କଲା ୨୦୨୦-୨୧ ବାର୍ଷିକ ରିପୋର୍ଟ, ସିଏଏ-ମାଓବାଦୀ ହିଂସା- ପାରାମିଲିଟାରୀ ଫୋର୍ସରେ ମହିଳାଙ୍କ ସଂଖ୍ୟା ସମ୍ପର୍କରେ ସୂଚନା…

ନୂଆଦିଲ୍ଲୀ, ୨୭।୪ : କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ୨୦୨୦-୨୧ ଜାରି ହୋଇଛି। ଏଥିରେ ସିଏଏ, ମାଓବାଦୀ ହିଂସା ହ୍ରାସ, ପାରାମିଲିଟାରୀ ଫୋର୍ସରେ ମହିଳାଙ୍କ ସଂଖ୍ୟା ସମ୍ପର୍କରେ ସୂଚନା ସହିତ ଅନ୍ୟାନ୍ୟ ତଥ୍ୟ ସମ୍ପର୍କରେ ଉଲ୍ଲେଖ କରାଯାଇଛି।

ରିପୋର୍ଟରେ ଦର୍ଶାଯାଇଛି ୨୦୧୯ରେ ସିଏଏ ଗଠନ ହୋଇଥିଲା କିନ୍ତୁ ଏହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ। ଏହା ହିନ୍ଦୁ, ଶିଖ, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଲୋକମାନଙ୍କୁ ନାଗରିକତ୍ୱ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି। ଯେଉଁମାନେ ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ଥାନରେ ନିର୍ଯାତନାର ସମ୍ମୁଖୀନ ହୋଇ ଭାରତ ପଳାଇ ଆସିଛନ୍ତି, ସେମାନଙ୍କୁ ନାଗରିକତ୍ୱ ପ୍ରଦାନ କରାଯିବ।

ସେହିପରି ରିପୋର୍ଟରେ ମାଓବାଦୀ ହିଂସା କମ୍‌ ହୋଇଥିବା ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ୨୦୧୩ ବର୍ଷ ତୁଳନାରେ, ୨୦୨୦ ବର୍ଷରେ, ମାଓବାଦୀ ହିଂସାରେ ୪୧ ପ୍ରତିଶତ ହ୍ରାସ ଘଟିଥିବାବେଳେ ଏହା ଯୋଗୁ ମୃତ୍ୟୁ ଘଟଣା ୫୪ ପ୍ରତିଶତ ହ୍ରାସ ପାଇଛି। ମାଓବାଦୀ ହିଂସା ଘଟଣାର ୮୮ ପ୍ରତିଶତ କେବଳ ୩୦ ଟି ସହରରେ ଘଟିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଦେଶର ସମସ୍ତ ପାରାମିଲିଟାରୀ ଫୋର୍ସରେ ମହିଳାଙ୍କ ମୋଟ ସଂଖ୍ୟା ୨୭୧୮୨ ରହିଛି। ଏହା କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସର ୨.୭୦ ପ୍ରତିଶତ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri