Posted inଜାତୀୟ

ସିଏପିଏଫ୍‌-ପୋଲିସ ସଂଗଠନକୁ ପ୍ରଦାନ କରାଯାଉଥିବା ୩ ପୁରସ୍କାର ବନ୍ଦ କଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ନୂଆଦିଲ୍ଲୀ, ୨୨।୯ : କେନ୍ଦ୍ର ସରକାର ତିନୋଟି ପୁରସ୍କାର ବନ୍ଦ କରି ଦେଇଛନ୍ତି। କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ୍‌) କର୍ମଚାରୀ ଏବଂ ଅନ୍ୟାନ୍ୟ ପୋଲିସ ସଂଗଠନକୁ ଆଭ୍ୟନ୍ତରୀଣ ସୁରକ୍ଷା ଦାୟିତ୍ୱ ଏବଂ ସେବାରେ ଉନ୍ନତ ପ୍ରଦର୍ଶନ ପାଇଁ ଦିଆଯାଇଥିବା ୩ ପୁରସ୍କାର ବନ୍ଦ କରିଦିଆଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଜଣେ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ଏ ସମ୍ପର୍କରେ ଦୁଇଟି ବିଜ୍ଞପ୍ତି ପ୍ରକାଶ କରି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହି ପୁରସ୍କାର ବନ୍ଦ କରିବାକୁ ଘୋଷଣା କରିଛି। କୁହାଯାଉଛି ଯେ ପୁରସ୍କାର ବ୍ୟବସ୍ଥାରେ ଉନ୍ନତି ଆଣିବା ପ୍ରକ୍ରିୟାର ଏକ ଅଂଶ ଭାବରେ ଏହି ନିଷ୍ପତ୍ତି ନିଆଯାଇଛି।

ବନ୍ଦ କରିବାକୁ କେନ୍ଦ୍ର ସରକାର ଘୋଷଣା କରିଥିବା ତିନୋଟି ପୁରସ୍କାର ହେଉଛି ପୋଲିସ ଆଭ୍ୟନ୍ତରୀଣ ସୁରକ୍ଷା ସେବା ପଦକ (ଜମ୍ମୁ-କଶ୍ମୀର / ମାଓବାଦୀ ପ୍ରବଣ ଅଞ୍ଚଳ କିମ୍ବା ଉତ୍ତର-ପୂର୍ବ ଅଞ୍ଚଳ), ଉତ୍କୃଷ୍ଟ ସେବା ପଦକ ଏବଂ ଅତି ଉତ୍କୃଷ୍ଟ ସେବା ପଦକ ।

କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ ୦୧.୦୧.୨୦୨୩ ରୁ ପୋଲିସ ଆଭ୍ୟନ୍ତରୀଣ ସୁରକ୍ଷା ସେବା ପଦକ(ଜମ୍ମୁ କଶ୍ମୀର) ବନ୍ଦ ହୋଇଯାଇଛି। ଏହା ସହିତ ଅନ୍ୟ ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ ଉତ୍କୃଷ୍ଟ ସେବା ପଦକ ଏବଂ ଅତି ଉତ୍କୃଷ୍ଟ ସେବା ପଦକ ମଧ୍ୟ ତୁରନ୍ତ ବନ୍ଦ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri