ପୋଲ ଉପରୁ ନଦୀକୁ ଖସିଲା ମିନିଟ୍ରକ୍‌: ପହଁରି ଜୀବନ ବଞ୍ଚାଇଲେ ଡ୍ରାଇଭର, ହେଲପର

ମାଲକାନଗିରି,୧୫ା୮: ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମାଲକାନଗିରି ଜିଲାର ସମସ୍ତ ନଦୀର ପୋଲ ଉପରେ ୪ରୁ ୫ ଫୁଟ ଉଚ୍ଚରେ ପାଣି ପ୍ରବାହ ହେଉଥିବାରୁ ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ଏହି ପରସ୍ଥିତିରେ ପାଙ୍ଗାମ୍‌, କୋରୁକୋଣ୍ଡା, ତାର୍ଲାକୋଟା, କାଙ୍ଗୁରୁକୋଣ୍ଡା, ପୋଟେରୁ, ଏମ୍‌.ଭି. ୯୦, ଏମ୍‌.ଭି. ୯୬, କନ୍ୟାଶ୍ରମ ଇତ୍ୟାଦି ନଦୀର ପୋଲ ଉପରେ ବର୍ଷାପାଣି ପ୍ରବାହ ହେଉଥିବା ଦେଖିବାକୁ ମିଳିଛି।
ଅନ୍ୟପକ୍ଷରେ କାଙ୍ଗୁରୁକୋଣ୍ଡା ପୋଲ ଆରପଟେ ଗତ ୨୪ ଘଣ୍ଟା ଧରି ଏକ ମିନି ଟ୍ରକ୍‌ ଅଟକି ରହିଥିଲା। ତେବେ କଳେବଳେ କୌଶଳେ ଶନିବାର ସକାଳୁ କାଙ୍ଗୁରୁକୋଣ୍ଡା ପୋଲ ଉପରୁ ଗାଡ଼ିକୁ ନେବା ପାଇଁ ଚାଳକ ଚେଷ୍ଟା କରୁଥିବା ସମୟରେ ଉକ୍ତ ଟ୍ରକ୍‌ଟି ନଦୀ ମଧ୍ୟକୁ ଖସିପଡ଼ିଥିଲା। ତେବେ ଟ୍ରକ୍‌ରେ ଥିବା ଡ୍ରାଇଭର ଓ ହେଲପର୍‌ ନଦୀରେ ପହଁରି ପହଁରି କୂଳକୁ ଆସିଥିଲେ। ଏହି ଦୃଶ୍ୟ ଗ୍ରାମବାସୀ ଦେଖି ଏହି ଦୁଇ ବ୍ୟକ୍ତିଙ୍କୁ ଗାଁ ନିକଟରେ ଥିବା ମନ୍ଦିରରେ ବିଶ୍ରାମ ନେବାକୁ କହିଥିଲେ। ଘଟଣା ସମ୍ପର୍କରେ ସୂଚନା ମିଳିବା ପରେ ପୋଲିସ ଓ ପ୍ରଶାସନ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri