ନାବାଳିକା ଗର୍ଭପାତ ମାମଲା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତକେଶବ ପ୍ରଧାନଙ୍କୁ କେ.ନୂଆଗାଁ ଥାନା ପୋଲିସ ଗିରଫ କରି ରବିବାର ବ୍ରହ୍ମପୁର ସତନ୍ତ୍ର ପୋକ୍ସୋ କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୨୪୧/୨୪ ଦଫା -୩୭୬(୨)(ଏନ)/୩୧୩/୫୦୬ ଏବଂ ଶିଶୁ ଯୌନ ନିର୍ଯାତନା ନିରୋଧ ଆଇନର ଧାରା-୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ଜଣକ ନାବାଳିକାଙ୍କୁ ଧମକ ଦେଇ ପ୍ରାୟ ୩ ବର୍ଷ ହେଲା ନିୟମିତ ବ୍ୟବଧାନରେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖୁଥିଲେ। ଏପରିକି ନାବାଳିକା ଜଣକ ଗର୍ଭବତୀ ହେବାରୁ ତାଙ୍କ ଅନିଚ୍ଛା ସତ୍ତ୍ବେ ତାଙ୍କୁ ଜବରଦସ୍ତ ଔଷଧ ଦେଇ ଅଭିଯୁକ୍ତ ଜଣକ ତାଙ୍କ ଗର୍ଭପାତ କରାଇଥିଲେ। ପରେ ନାବାଳିକା ଜଣକ ସାବାଳିକା ହେବା ପରେ ଅଭିଯୁକ୍ତଙ୍କୁ ବିବାହ କରିବା ପାଇଁ କହିଥିଲେ। କିନ୍ତୁ ଅଭିଯୁକ୍ତ କିମ୍ବା ତାଙ୍କ ପରିବାର ଧରାଛୁଆଁଁ ଦେଇ ନ ଥିଲେ। ବାଧ୍ୟ ହୋଇ ଯୁବତୀ ଜଣକ ଗତ ଗୁରୁବାର ପରିବାର ଲୋକଙ୍କ ସହ କେ.ନୂଆଗାଁ ଥାନାରେ ପହଞ୍ଚି ଅଭିଯୁକ୍ତଙ୍କ ବିରୋଧରେ ଏତଲା ଦେଇଥିଲେ। ଆଇଆଇସି କିଶୋର ଚନ୍ଦ୍ର ସାମଲ ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ମୋକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ପୋଲିସ ଅଧିକାରୀ ଏସ.ଆଇ ରଞ୍ଜିତ ମହାପାତ୍ର ଶନିବାର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଯୁବତୀଙ୍କ ଡାକ୍ତରୀମାଇନା କରିବା ପରେ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି ତାଙ୍କ ଡାକ୍ତରୀ ମାଇନା କରାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri