ଶିଶୁକନ୍ୟା ଜନ୍ମଦେଲେ ନାବାଳିକା

ଅନୁଗୋଳ ଅଫିସ, ୭।୮: ନାବାଳିକାଙ୍କ ଗର୍ଭରେ ବଢୁଥିଲା ସନ୍ତାନ। ହେଲେ ଏ କଥା ଜାଣି ନ ଥିଲେ ପରିବାର ସଦସ୍ୟ। ହଠାତ୍‌ ପେଟରେ ଅସହ୍ୟ ଯନ୍ତ୍ରଣା ଅନୁଭବ କରିବାରୁ ଟ୍ୟୁମର ହୋଇଥିବା ସନ୍ଦେହରେ ଘର ଲୋକେ ତାଙ୍କୁ ନେଇ ଯାଉଥିଲେ ଡାକ୍ତରଖାନା। ହେଲେ ରାସ୍ତାରେ ଅଟୋରିକ୍ସାରେ ନାବାଳିକା ଜଣକ ପ୍ରସବ କଲେ ଏକ କନ୍ୟା ସନ୍ତାନ। ଗୋପନ ପ୍ରେମ ଏବଂ ଶାରୀରିକ ସମ୍ପର୍କରୁ ସମ୍ପୃକ୍ତ ସେ କୁଆଁରୀ ମା’ ସାଜିଥିବା ଚର୍ଚ୍ଚା ଜୋର୍‌ ଧରିଛି। ଅନୁଗୋଳ ଜିଲାରେ ଶୁକ୍ରବାର ଘଟିଥିବା ଏଭଳି ଏକ ଘଟଣା ଆଲୋଡ଼ନ ସୃଷ୍ଟି କରିଛି।
ସୂଚନାଯୋଗ୍ୟ, ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଅଞ୍ଚଳର ସମ୍ପୃକ୍ତା ନାବାଳିକା ଜଣକ ଶୁକ୍ରବାର ସକାଳେ ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ। ସମ୍ପର୍କୀୟମାନେ ତାଙ୍କୁ ଏକ ଅଟୋରିକ୍ସାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣୁଥିବାବେଳେ ରାସ୍ତାରେ ପ୍ରସବ ହୋଇଥିଲା। ଏହା ଦେଖିବା ପରେ ପରିବାର ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ, କାରଣ ଟ୍ୟୁମର ପାଇଁ ଝିଅ ପେଟରେ ଯନ୍ତ୍ରଣା ହେଉଥିବା ସେମାନେ ଅନୁମାନ କରିଥିଲେ। ପରେ ମା’ ଏବଂ ଶିଶୁଙ୍କୁ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଦୁଇଜଣଙ୍କ ଚିକିତ୍ସା ଚାଲିଥିବାବେଳେ ଉଭୟ ସୁସ୍ଥ ଥିବା ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି। ଅନ୍ୟପଟେ ନାବାଳିକା ଜଣକ ବାରମ୍ବାର ଘରକୁ ଚାଲିଯିବା ପାଇଁ ଜିଦ୍‌ କରୁଥିବାରୁ ତାଙ୍କୁ କଡ଼ା ସୁରକ୍ଷା ଭିତରେ ରଖାଯାଇଛି। ଘଟଣା ସମ୍ପର୍କରେ ନାବାଳିକା ମୁହଁ ଖୋଲୁନାହାନ୍ତି। ପରିବାର ପକ୍ଷରୁ ଥାନାରେ ଅଭିଯୋଗ ମଧ୍ୟ ହୋଇନାହିଁ। ତେଣୁ ପୋଲିସ ଘଟଣା ସମ୍ପର୍କରେ ଅବଗତ ଥିଲେ ମଧ୍ୟ ତଦନ୍ତ ଆରମ୍ଭ କରିନାହିଁ। ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଟାଉନ୍‌ ଥାନାକୁ ମୌଖିକ ଭାବେ ଅବଗତ କରାଯାଇଥିବାବେଳେ ଅନୁଗୋଳ ପୋଲିସ ଜରପଡ଼ା ଥାନାକୁ ଘଟଣା ବିଷୟରେ ସୂଚିତ କରାଇଛି। ନାବାଳିକାଙ୍କ ଚିକିତ୍ସାରେ ନିୟୋଜିତ ଜଣେ ଡାକ୍ତର କହିଛନ୍ତି, କନ୍ୟା ସନ୍ତାନ ପ୍ରସବ କରିଥିବା ଝିଅଙ୍କୁ ଦେଖିଲେ ସେ ନାବାଳିକା ବୋଲି ଜଣାପଡୁଛନ୍ତି। ପୋଲିସ ତଦନ୍ତରୁ ଏହାର ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri