Posted inଖେଳ

ମହିଳା କୋଚ୍‌ଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ନାବାଳିକା ବକ୍ସର

ନୂଆଦିଲ୍ଲୀ,୩୦ା୬: ରୋହତକରେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ(ସାଇ)ର ନ୍ୟାଶନାଲ ବକ୍ସିଂ ଏକାଡେମୀରେ କାର୍ଯ୍ୟରତ ଥିବା ଜଣେ ମହିଳା କୋଚ୍‌ଙ୍କ ବିରୋଧରେ ଜଣେ ନାବାଳିକା ବକ୍ସର ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ବକ୍ସରଙ୍କ ବାପା ମା’ ମହିଳା କୋଚ୍‌ଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରାଇଛନ୍ତି। ତେବେ ତଦନ୍ତ ଚାଲିଥିବାରୁ ଅଭିଯୁକ୍ତାଙ୍କ ନାମ ପ୍ରଘଟ କରାଯାଇ ନାହିଁ।

ଏପରିକି ଘଟଣା ସମ୍ପର୍କରେ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ଓ ସାଇକୁ ଯୋଗାଯୋଗ କରିବାରୁ ଜଣାପଡ଼ିଥିଲା ଯେ, ୧୭ ବର୍ଷୀୟା ପୀଡ଼ିତାଙ୍କଠାରୁ ଚାପୁଡ଼ା ମାରିବା ଓ ଧମକାଇବା ଭଳି ଅଭିଯୋଗ ମିଳିଥିଲା। ହେଲେ ଉଭୟ ସଂସ୍ଥା ପକ୍ଷରୁ କରାଯାଇଥିବା ଆନ୍ତଃ ତଦନ୍ତରେ କୋଚ୍‌ଙ୍କ ବିରୋଧରେ କୌଣସି ପ୍ରମାଣ ମିଳି ନ ଥିଲା। ଏଣୁ ସେ ଏବେ ଜୁନିୟର ଓ ଯୁବ ବକ୍ସରଙ୍କୁ ଜାତୀୟ କ୍ୟାମ୍ପରେ ପ୍ରଶୀକ୍ଷଣ ଦେଉଛନ୍ତି। ତେବେ ବିଏଫ୍‌ଆଇର ତଦନ୍ତରେ ପୀଡ଼ିତା ବକ୍ସରଙ୍କ ବାପା ମା’ ଅସନ୍ତୋଷ ବ୍ୟକ୍ତ କରିଥିଲେ।

ରୋହତକ ଥାନାରେ ଦାୟର ହୋଇଥିବା ଏଫ୍‌ଆଇଆରରେ ଦର୍ଶାଯାଇଛି ଯେ, କୋଚ୍‌ ବଳପୂର୍ବକ ତାଙ୍କ ପୋଷାକ ଖୋଲିବାକୁ ଉଦ୍ୟମ କରିବା ସହ ଅନେକ ଥର ଚାପୁଡ଼ା ମାରିଥିଲେ। କ୍ୟାରିୟର ନଷ୍ଟ କରିବାକୁ ଧମକ ଦେଇଥିଲେ ଏବଂ ଅନ୍ୟ ବକ୍ସରଙ୍କ ଆଗରେ ତାଙ୍କ ଚରିତ୍ର ଖରାପ ଥିବା କହିଥିଲେ। ଏଥିଯୋଗୁ କୋଚ୍‌ଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ଦଫା ୧୧୫ (ଜାଣିଶୁଣି ଆଘାତ ଦେବା), ୩୫୧ (୩) (ଅପରାଧିକ ଧମକ) ଓ ପୋକ୍‌ସୋ ଆଇନରେ ମାମଲା ରୁଜୁ କରାଯାଇଛି। ଏହି ଘଟଣାର ତଦନ୍ତ ପ୍ରକ୍ରିୟାରେ ସାଇ ପକ୍ଷରୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri