Posted inଖେଳ

ମହିଳା କୋଚ୍‌ଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ନାବାଳିକା ବକ୍ସର

ନୂଆଦିଲ୍ଲୀ,୩୦ା୬: ରୋହତକରେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ(ସାଇ)ର ନ୍ୟାଶନାଲ ବକ୍ସିଂ ଏକାଡେମୀରେ କାର୍ଯ୍ୟରତ ଥିବା ଜଣେ ମହିଳା କୋଚ୍‌ଙ୍କ ବିରୋଧରେ ଜଣେ ନାବାଳିକା ବକ୍ସର ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ବକ୍ସରଙ୍କ ବାପା ମା’ ମହିଳା କୋଚ୍‌ଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରାଇଛନ୍ତି। ତେବେ ତଦନ୍ତ ଚାଲିଥିବାରୁ ଅଭିଯୁକ୍ତାଙ୍କ ନାମ ପ୍ରଘଟ କରାଯାଇ ନାହିଁ।

ଏପରିକି ଘଟଣା ସମ୍ପର୍କରେ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ଓ ସାଇକୁ ଯୋଗାଯୋଗ କରିବାରୁ ଜଣାପଡ଼ିଥିଲା ଯେ, ୧୭ ବର୍ଷୀୟା ପୀଡ଼ିତାଙ୍କଠାରୁ ଚାପୁଡ଼ା ମାରିବା ଓ ଧମକାଇବା ଭଳି ଅଭିଯୋଗ ମିଳିଥିଲା। ହେଲେ ଉଭୟ ସଂସ୍ଥା ପକ୍ଷରୁ କରାଯାଇଥିବା ଆନ୍ତଃ ତଦନ୍ତରେ କୋଚ୍‌ଙ୍କ ବିରୋଧରେ କୌଣସି ପ୍ରମାଣ ମିଳି ନ ଥିଲା। ଏଣୁ ସେ ଏବେ ଜୁନିୟର ଓ ଯୁବ ବକ୍ସରଙ୍କୁ ଜାତୀୟ କ୍ୟାମ୍ପରେ ପ୍ରଶୀକ୍ଷଣ ଦେଉଛନ୍ତି। ତେବେ ବିଏଫ୍‌ଆଇର ତଦନ୍ତରେ ପୀଡ଼ିତା ବକ୍ସରଙ୍କ ବାପା ମା’ ଅସନ୍ତୋଷ ବ୍ୟକ୍ତ କରିଥିଲେ।

ରୋହତକ ଥାନାରେ ଦାୟର ହୋଇଥିବା ଏଫ୍‌ଆଇଆରରେ ଦର୍ଶାଯାଇଛି ଯେ, କୋଚ୍‌ ବଳପୂର୍ବକ ତାଙ୍କ ପୋଷାକ ଖୋଲିବାକୁ ଉଦ୍ୟମ କରିବା ସହ ଅନେକ ଥର ଚାପୁଡ଼ା ମାରିଥିଲେ। କ୍ୟାରିୟର ନଷ୍ଟ କରିବାକୁ ଧମକ ଦେଇଥିଲେ ଏବଂ ଅନ୍ୟ ବକ୍ସରଙ୍କ ଆଗରେ ତାଙ୍କ ଚରିତ୍ର ଖରାପ ଥିବା କହିଥିଲେ। ଏଥିଯୋଗୁ କୋଚ୍‌ଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ଦଫା ୧୧୫ (ଜାଣିଶୁଣି ଆଘାତ ଦେବା), ୩୫୧ (୩) (ଅପରାଧିକ ଧମକ) ଓ ପୋକ୍‌ସୋ ଆଇନରେ ମାମଲା ରୁଜୁ କରାଯାଇଛି। ଏହି ଘଟଣାର ତଦନ୍ତ ପ୍ରକ୍ରିୟାରେ ସାଇ ପକ୍ଷରୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri